Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ତୀର୍ଥଯାତ୍ରା ଭ୍ରମଣରେ ୭୭୫ ବରିଷ୍ଠ ନାଗରିକ , ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା

Posted on December 15, 2025

ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣରେ ଯାଇଛନ୍ତି ୭୭୫ ଜଣ ବରିଷ୍ଠ ନାଗରିକ। ଦକ୍ଷିଣ-ପଶ୍ଚିମାଞ୍ଚଳ ଅନ୍ତର୍ଗତ କୋରାପୁଟ, ରାୟଗଡା, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି ଓ ନୂଆପଡା ଆଦି ୬ ଟି ଜିଲ୍ଲାର ୭୭୫ଜଣ ତୀର୍ଥଯାତ୍ରୀ ଓ ୨୫ ଜଣ ଏସକର୍ଟ ଆଜି ରାୟଗଡା ରେଳ ଷ୍ଟେସନରୁ ସ୍ୱତନ୍ତ୍ର ଟ୍ରେନ ଯୋଗେ ରାମେଶ୍ବର ଓ ମଦୁରାଇ ଅଭିମୁଖେ ତୀର୍ଥଯାତ୍ରା ଆରମ୍ଭ କରିଛନ୍ତି। ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ବରିଷ୍ଠ ନାଗରିକ ମାନଙ୍କୁ ଶୁଭେଚ୍ଛା ଜ୍ଞାପନ କରିଥିଲେ ଉପ ମୁଖ୍ୟମନ୍ତ୍ରୀ।

ପରିଣତ ବୟସରେ ବରିଷ୍ଠ ନାଗରିକଙ୍କୁ ଏହି ଯାତ୍ରା ଧାର୍ମିକ ସହାୟତା ପ୍ରଦାନ ପାଇଁ ସରକାରଙ୍କ କାର୍ଯ୍ୟକ୍ରମ ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି। ଆର୍ଥିକ ପରିସ୍ଥିତି ଓ ପାରିପାର୍ଶ୍ୱିକ ଅବସ୍ଥା ଯୋଗୁଁ ଅନେକ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯିବାରୁ ବଞ୍ଚିତ ରହୁଥିଲେ। ତାହା ଦୂରେଇବା ପାଇଁ ସରକାର ଏହି ପଦକ୍ଷେପ ଗ୍ରହଣ କରିଛନ୍ତି ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି। ଜିଲ୍ଲାପାଳ ଆଶୁତୋଷ କୂଲକର୍ଣୀଙ୍କ ଅଧ୍ୟକ୍ଷତାରେ ରେଳ ଷ୍ଟେସନ ଠାରେ ଅନୁଷ୍ଠିତ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମରେ କାର୍ଯ୍ୟକ୍ରମରେ ରେଳବାଇ ଡିଆରଏମ ଅମିତାଭ ସିଂଘଲ, ଏସପି ସ୍ୱାତୀ ଏସ. କୁମାର ଅତିଥି ଭାବେ ଯୋଗ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ରେଳବାଇ ଆଇଆରସିଟିସି କର୍ତ୍ତୁପକ୍ଷ ଏବଂ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ରହିଥିଲେ। ବରିଷ୍ଠ ନାଗରିକଙ୍କ ମଧ୍ୟରେ ଆଧ୍ୟାତ୍ମିକ ଚେତନାର ମନୋଭାବ ଆସୁଥିବା ବେଳେ ସେମାନେ ତୀର୍ଥସ୍ଥାନ ଭ୍ରମଣ କରିପାରନ୍ତିନାହିଁ। ତାହା ଦୂରେଇବା ପାଇଁ ଏହି କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି ବୋଲି ପର୍ଯ୍ୟଟନ ବିଭାଗ ତରଫରୁ କୁହାଯାଇଛି। ଚଳିତ ଥର ୭୭୫ ଜଣ ତୀର୍ଥଯାତ୍ରୀ ଓ ୨୫ ଏସକଟ ଅଫିସର ମିଶି ମୋଟ ୮୦୦ ଜଣ ଯାତ୍ରାର ସୁଯୋଗ ପାଇଛନ୍ତି । ଏହି ଯାତ୍ରା ବେଳେ ତୀର୍ଥ ଯାତ୍ରୀମାନଙ୍କ ସମସ୍ତ ସୁବିଧା ରାଜ୍ୟ ସରକାର ବହନ କରିଥାନ୍ତି। ତୀର୍ଥଯାତ୍ରୀମାନଙ୍କ ରହିବା, ଯିବା ଆସିବା ଏବଂ ଖାଦ୍ୟ ପାନୀୟର ବ୍ୟବସ୍ଥା ସହ ଜଗୁଆଳୀ, ପଥ ପ୍ରଦର୍ଶକ, ଯାତ୍ରୀ ବୀମା ଏବଂ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ।

ଚଳିତବର୍ଷ ୧୦ ଟି ପର୍ଯ୍ୟାୟରେ ଏହି ତୀର୍ଥଯାତ୍ରା ଆରମ୍ଭ ହୋଇଥିବା ବେଳେ ଏଥିରେ ରାୟଗଡା ଠାରୁ ରାମେଶ୍ବର ଓ ମଦୁରାଇ ଭ୍ରମଣ ସ୍ଥିର କରାଯାଇଥିଲା। ଏଥିରେ ରାୟଗଡା ଜିଲ୍ଲାର ୧୧୮ ଜଣ ତୀର୍ଥଯାତ୍ରୀଙ୍କ ସମେତ କୋରାପୁଟର ୧୬୮ଜଣ, ନବରଙ୍ଗପୁର ୧୪୮ଜଣ, ମାଲକାନଗିରି ୭୫, ନୂଆପଡା ଜିଲ୍ଲାର ୭୪ ମଧ୍ୟ ଏବଂ କଳାହାଣ୍ଡିର ୧୯୨ ଜଣ ତୀର୍ଥଯାତ୍ରୀ ତୀର୍ଥଯାତ୍ରା କରିଛନ୍ତି । ଗତକାଲି ଉକ୍ତ ଛଅଟି ଜିଲ୍ଲାର ତୀର୍ଥଯାତ୍ରୀଙ୍କୁ ରାୟଗଡାରେ ରହଣି ବ୍ୟବସ୍ଥା କରାଯାଇଥିବା ବେଳେ ସଂଧ୍ୟାରେ ଭଜନ ସଂଧ୍ୟା ଭଳି ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଆଜି ରାୟଗଡା ରେଳବାଇ ଷ୍ଟେସନ ସମ୍ମୁଖରେ ତୀର୍ଥଯାତ୍ରୀମାନଙ୍କୁ ଫୁଲମାଳ ଦେଇ ସ୍ୱାଗତ କରାଯାଇଥିବା ବେଳେ ଷ୍ଟେସନ ପରିସରରେ ଏକ ସଭାର ଆୟୋଜନ କରାଯାଇଥିଲା।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme