Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ତୀର୍ଥଯାତ୍ରୀବାହୀ ବସ୍ ଓ ଟ୍ରକ ମୁହାଁମୁହିଁ ଧକ୍କା , ୪ମୃତ ଓ ୧୧ ଆହତ

Posted on December 16, 2025

ପୁଣି ଉତ୍ତରପ୍ରଦେଶ ବସ୍ତିର ନ୍ୟାସନାଲ ହାଇୱେ-୨୮ ରେ ବଡ଼ ଦୁର୍ଘଟଣା ଘଟିଛି । ଏପରି ଘଟଣା ଆଜି ସକାଳୁ ଦେଖିବାକୁ ମିଳିଛି । ଯେଉଁ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ଅନ୍ୟ ୧୧ ଜଣ ଗମ୍ଭୀର ଭାବେ ଆହତ ହୋଇଛନ୍ତି । ତୀର୍ଥଯାତ୍ରୀବାହୀ ବସ୍ ଓ ଟ୍ରକର ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି । ସୂଚନା ପାଇବା ମାତ୍ରେ ତୁରନ୍ତ ଘଟଣାସ୍ଥଳରେ ପୋଲିସ ପ୍ରଶାସନ ପହଞ୍ଚିଛି ।

ସୂଚନାନୁଯାୟୀ, ଏହି ଦୁର୍ଘଟଣା କୋତୱାଲି ପୋଲିସ ଷ୍ଟେସନ ଅଧୀନରେ ଥିବା ବସ୍ତି-ବରଗଡୱା ରୋଡର ହରଡିଆ ଛକ ନିକଟରେ ଘଟିଛି । ତୀର୍ଥଯାତ୍ରୀ ବସଟି ସନ୍ଥ କବୀର ନଗରରୁ ଆଜମେର ଯାଉଥିବା ସମୟରେ ନିୟନ୍ତ୍ରଣ ହରାଇ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହା ଫଳରେ ବସର ସାମ୍ନା ଭାଗ ସମ୍ପର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିଲା । ଏହି ଦୁର୍ଘଟଣାରେ ମୃତଦେହଗୁଡିକ ଗାଡ଼ି ଭିତରେ ଫସି ରହିଥିଲା । ସୂଚନା ପାଇବା ମାତ୍ରେ ତୁରନ୍ତ ଘଟଣାସ୍ଥଳରେ ଜିଲ୍ଲା ମାଜିଷ୍ଟ୍ରେଟ୍, ପୋଲିସ ଅଧୀକ୍ଷକ ଏବଂ ପୋଲିସ ଉପ-ନିରୀକ୍ଷକ (ଡିଆଇଜି) ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ ।  ପୋଲିସ ପ୍ରଶାସନ ତୁରନ୍ତ ଆହତ ଯାତ୍ରୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଦୁର୍ଘଟଣା ହେବାରୁ ଯାତାୟତରେ ବାଧାପ୍ରାପ୍ତ ହୋଇଥିଲା । କିନ୍ତୁ ଏବେ ପୁଣି ଯାତାୟତ ଆରମ୍ଭ ହୋଇଛି ।

ଅନ୍ୟପଟେ ମୃତକଙ୍କ ପରିବାରକୁ ସୂଚନା ଦିଆଯିବା ସହିତ ପରବର୍ତ୍ତୀ ସମୟରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme