Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ତୁମକେଲା ଘାଟରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର

Posted on October 23, 2025

ରାଉରକେଲା: ସେକ୍ଟର-୧୫ ଥାନା ଅଞ୍ଚଳସ୍ଥ ତୁମକେଲା ଘାଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ମିଳିନଥିବାବେଳେ ବୟସ ପ୍ରାୟ ୨୫ରୁ ୩୫ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି। ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ପୁଲିସ ମୃତଦେହର ପଞ୍ଚନାମା କରି ଆର୍‌ଜିଏଚ୍‌ ମର୍ଗକୁ ପଠାଇଛି। ସୂଚନାନୁଯାୟୀ, ରବିବାର ସକାଳ ପ୍ରାୟ ସାଢେରେ ମୃତଦେହ କୋଏଲନଦୀର ସେକ୍ଟର-୧୬ସ୍ଥ ତୁମକେଲା ଘାଟରେ ଭାସୁଥିବା ଦେଖି ସ୍ଥାନୀୟ ଲୋକ ସେକ୍ଟର-୧୫ ପୁଲିସକୁ ସୂଚନା ଦେଇଥିଲେ। ପରେ ଅଗ୍ନିଶମ ବାହିନୀର ୫ ଜଣିଆ ଦଳ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ‌‌ମୃତଶରୀରର ଆଗପଟେ ଅନେକ କ୍ଷତ ରହିିଥିବା ଦେଖିବାକୁ ମିଳିଥିଲା। ତେବେ ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ। ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ହତ୍ୟା କି ଆତ୍ମହତ୍ୟା, ତା’ର ତନାଘନା ଆରମ୍ଭ କରିିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme