Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦକ୍ଷିଣରେ ପ୍ରବଳ ବର୍ଷା ଆଶଙ୍କା;୧୮ ଜିଲ୍ଲାକୁ ସତର୍କ କରାଇଲେ ଏସ୍‌ଆରସି

Posted on September 26, 2025

ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ହୋଇସାରିଛି । ଶୁକ୍ରବାରକୁ ଏହା ଘନୀଭୂତ  ହୋଇ ଅବପାତ ରୂପ ନେଇପାରେ । ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର  ଉପକୂଳ ଅତିକ୍ରମ କରିବ । ପ୍ରବଳ ବର୍ଷିବ ଦକ୍ଷିଣ  ଓଡ଼ିଶା ଏବଂ ଉପକୂଳରେ । ସମ୍ଭାବ୍ୟ ବର୍ଷାକୁ ନେଇ  ସ୍ୱତନ୍ତ୍ର ରିଲିଫ କମିଶନର ୧୮ଟି ଜିଲ୍ଲା ପ୍ରଶାସନକୁ  ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ।  

ଅପରପକ୍ଷରେ ଆଉ ଗୋଟିଏ ଲଘୁଚାପ ହୋଇପାରେ  ଅକ୍ଟୋବର ପହିଲାବେଳକୁ, ଯାହାକି ଅବପାତ ରୂପ ନେବା  ନେଇ କିଛି ମଡେଲ୍‌ ଅନୁମାନ କରୁଛନ୍ତି । ଏହା ପ୍ରଭାବରେ ଦଶହରା ପାର୍ବଣ ଭିଜିବା ଆଶଙ୍କା ସୃଷ୍ଟି ହୋଇଛି । ଏପଟେ  କିନ୍ତୁ ଗତ ୨/୩ ଦିନର ବର୍ଷା ଯୋଗୁ ମହାନଦୀ ଜଳସ୍ତର  ଫୁଲୁଛି । ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ଉତ୍ତର ଓ  କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ  ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଅବପାତ ରୂପ ନେବ । ୨୭ ତାରିଖ ସକାଳେ ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ  ଦେଇ ଅତିକ୍ରମ କରିବ । ଏହାର ପ୍ରଭାବରେ କୋରାପୁଟ  ଓ ମାଲକାନଗିରିରେ ଅତି ପ୍ରବଳ ଓ ଅନ୍ୟାନ୍ୟ ଦକ୍ଷିଣ  ଓଡ଼ିଶା ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ହୋଇପାରେ ।

ପାଣିପାଗ ବିଭାଗ କହିଛି, ଶୁକ୍ରବାର ରାଜ୍ୟର ଅଧିକାଂଶ  ସ୍ଥାନରେ ବର୍ଷା ହେବ । କୋରାପୁଟ, ମାଲକାନଗିରିରେ  ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ରାୟଗଡ଼ା,  କଳାହାଣ୍ଡି, ନବରଙ୍ଗପୁର, ଗଞ୍ଜାମ, ଗଜପତି, ପୁରୀ,  ଖୋର୍ଦ୍ଧା, କନ୍ଧମାଳ, ନୟାଗଡ଼, ବାଲେଶ୍ୱର, ମୟୂରଭଞ୍ଜରେ  ପ୍ରବଳ ବର୍ଷା ଆଶଙ୍କା ଥିବାବେଳେ ଅନେକ ସ୍ଥାନରେ  ଘଡ଼ଘଡ଼ି ସହ ଅସରାଏ ଲେଖାଏଁ ବର୍ଷା ହୋଇପାରେ ।  ୨୭ରେ ବି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ଅଛି ।  ୨୮, ୨୯, ୩୦ ଓ ଅକ୍ଟୋବର ପହିଲାରେ ଅନେକ ସ୍ଥାନରେ  ବର୍ଷା ସମ୍ଭାବନା ଥିବାବେଳେ ବଡ଼ ବର୍ଷା ନେଇ କୌଣସି  ସତର୍କ ସୂଚନା ଜାରି କରାଯାଇନି ।

ଆସନ୍ତା ୧୫ ଦିନ ପାଇଁ ପାଣିପାଗ ବିଭାଗ ବିସ୍ତାରିତ ପୂର୍ବାନୁମାନ ଜାରି କରିଛି । ଏହି ଆକଳନ ଅନୁସାରେ ପ୍ରଥମ  ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶା, ଛତିଶଗଡ଼ରେ ପ୍ରବଳରୁ  ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ଅକ୍ଟୋବର  ପ୍ରଥମ ସପ୍ତାହରେ ପଶ୍ଚିମବଙ୍ଗ, ଓଡ଼ିଶା, ଝାଡ଼ଖଣ୍ଡ, ଉତ୍ତର  ଛତିଶଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ହାତୀ ଛୁଆକୁ ନେଉନି ମାଆ, ମଣିଷ ଛୁଇଁଥିବା ଭାବି ଦଳକୁ ଫେରିପାରୁନି ହାତୀ ଛୁଆ
  • ଅଧିବେଶନ ପୂର୍ବରୁ ମୋଦୀ କହିଲେ, ‘ଏହା ବିଜୟର ଅହଙ୍କାର କିମ୍ବା ନାଟକ କରିବାର ସ୍ଥାନ ନୁହେଁ’
  • କମିବ ଥଣ୍ଡାର ପ୍ରକୋପ; ଆଗାମୀ ୪ଦିନ ବଢିବ ରାତି ତାପମାତ୍ରା
  • ଭୟଙ୍କର ବାତ୍ୟା ‘ସେନ୍ୟାର’ର ତାଣ୍ଡବ: ଦକ୍ଷିଣ-ପୂର୍ବ ଏସିଆରେ ୬ଶହ ଜୀବନହାନି
  • ଆଜିଠୁ ସଂସଦର ଶୀତ ଅଧିବେଶନ, ଦିଲ୍ଲୀ ବ୍ଲାଷ୍ଟକୁ ନେଇ କମ୍ପିବ ଗୃହ

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (284)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (60)
  • ରାଜ୍ୟ (904)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme