Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦୁଇ ଦିନ ହାଡ଼ଭଙ୍ଗା ଜାଡ଼, ୪ଟି ସ୍ଥାନରେ ୧୨ ଡିଗ୍ରୀ ତଳେ ପାରଦ

Posted on November 27, 2025

କିଛିଦିନର ବିରତି ପରେ ରାଜ୍ୟକୁ ଫେରିଛି ଶୀତ । ୧୫ଟି ସ୍ଥାନର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି । ୪ଟି ସ୍ଥାନର ତାପମାତ୍ରା ୧୨ ଡିଗ୍ରୀ ବା ଏହାଠାରୁ ତଳକୁ ଖସିଯାଇଛି । ଆସନ୍ତା ଦୁଇ ଦିନ ରାତି ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ଖସିବା ସହ ଥଣ୍ଡା ବଢ଼ିଯିବ । ଶୀତକୁ ନେଇ ଏମିତି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଦୁଇ ଦିନରେ ୨ରୁ ୩ ଡିଗ୍ରୀ କମିବା ପରେ ରାତି ତାପମାତ୍ରା ପୁଣି ବଢ଼ିବ । ୨ ଦିନ ପରେ ପରବର୍ତ୍ତୀ ୫ ଦିନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ । ଗୁରୁବାର ଓ ଶୁକ୍ରବାର ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପାରଦ ୧୫ ଡିଗ୍ରୀରୁ ତଳେ ରହିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ମଙ୍ଗଳବାର ରାତିରେ ଜି ଉଦୟଗିରିରେ ରାତି ତାପମାତ୍ରା ସବୁଠୁ କମ୍ ବା ୮.୬ ଡିଗ୍ରୀ ରହିଥିଲା । ଦାରିଙ୍ଗିବାଡ଼ିରେ ୧୦ ଡିଗ୍ରୀ, ରାଉରକେଲାରେ ୧୦.୧, ଝାରସୁଗୁଡ଼ାରେ ୧୦.୪, ଫୁଲବାଣୀରେ ୧୨, କେନ୍ଦୁଝରରେ ୧୨.୫, ସୁନ୍ଦରଗଡ଼ରେ ୧୨.୬, କୋରାପୁଟରେ ୧୩.୨, ବାରିପଦାରେ ୧୨.୬, ଭବାନୀପାଟଣା ଓ ନବରଙ୍ଗପୁରରେ ୧୩.୮, ଭଦ୍ରକରେ ୧୪, ଢେଙ୍କାନାଳରେ ୧୪.୧, ରାୟଗଡ଼ାରେ ୧୪.୪, ସମ୍ବଲପୁରରେ ୧୫.୨, ବଲାଙ୍ଗିରରେ ରାତି ତାପମାତ୍ରା ୧୫.୫ ଡିଗ୍ରୀ ରହିଥିଲା । କଟକରେ ୧୪.୬ ଡିଗ୍ରୀ ଓ ରାଜଧାନୀ ଭୁବନେଶ୍ୱରରେ ୧୬ ଡିଗ୍ରୀ ରେକର୍ଡ ହୋଇଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଟ୍ରକ୍ ସହ ଧକ୍କା ହେଲା ସ୍କୁଟି, ଦୁଇ ମହିଳା ଆହତ
  • ହାତୀ ଛୁଆକୁ ନେଉନି ମାଆ, ମଣିଷ ଛୁଇଁଥିବା ଭାବି ଦଳକୁ ଫେରିପାରୁନି ହାତୀ ଛୁଆ
  • ଅଧିବେଶନ ପୂର୍ବରୁ ମୋଦୀ କହିଲେ, ‘ଏହା ବିଜୟର ଅହଙ୍କାର କିମ୍ବା ନାଟକ କରିବାର ସ୍ଥାନ ନୁହେଁ’
  • କମିବ ଥଣ୍ଡାର ପ୍ରକୋପ; ଆଗାମୀ ୪ଦିନ ବଢିବ ରାତି ତାପମାତ୍ରା
  • ଭୟଙ୍କର ବାତ୍ୟା ‘ସେନ୍ୟାର’ର ତାଣ୍ଡବ: ଦକ୍ଷିଣ-ପୂର୍ବ ଏସିଆରେ ୬ଶହ ଜୀବନହାନି

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (284)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (60)
  • ରାଜ୍ୟ (905)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme