Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା; ଜଣେ ମୃତ

Posted on November 10, 2025

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା । ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ମୃତକଙ୍କ ନାଁ ସମ୍ରାଟ ବୋଲି ଜଣାପଡିଛି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ବଲାଙ୍ଗୀର ଜିଲ୍ଲା ବେଲପଡ଼ା ଥାନା ମାଲିଝର ଛକ ନିକଟରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ବେଲପଡା ଥାନା ବାଘଉଡାରକୁ ଛତିଶଗଡ ରୟପୁରର ସମ୍ରାଟ ବାଗ ତାଙ୍କ ପରିବାର ସହିତ ଏକ ବାହାଘରରେ ଯୋଗ ଦେବା ପାଇଁ ଆସିଥିଲେ। କୌଣସି କାମରେ ସମ୍ରାଟ ଆଉ ଦୁଇଜଣଙ୍କ ସହିତ ବାଇକ୍ରେ ବେଲପଡା ଯାଇ ଫେରୁଥିଲେ । ଫେରିବା ବେଳେ ମାଲିଝର ଛକ ନିକଟରେ ବିପରୀତ ଦିଗରୁ ଆସୁଥିବା ଗୋଟିଏ ବାଇକ ସହ ଧକ୍କା ହୋଇଥିଲା । ଯାହାଫଳରେ ତିନି ଜଣ ଗୁରୁତର ହୋଇ ରାସ୍ତାକଡରେ ପଡି ଛଟପଟ ହୋଇଥିଲେ । ଏହା ଦେଖି ସ୍ଥାନୀୟ ଲୋକେ ତିନି ଗୁରୁତରଙ୍କୁ ଉଦ୍ଧାର କରି ପାଟଣାଗଡ଼ ମେଡିକାଲରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ଜଣଙ୍କୁ ମୃତ ଘୋଷଣା କରିଥିଲେ । ଅନ୍ୟ ଦୁଇ ଗୁରୁତରଙ୍କୁ ପ୍ରାଥମିକ ଚିକିତ୍ସା ପରେ ବଲାଙ୍ଗୀର ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ବେଲପଡ଼ା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme