Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦୁର୍ବଳ ହେଉଛି ବାତ୍ୟା, ଆସନ୍ତା ୨ଦିନ ଲାଗି ରହିବ ବର୍ଷା

Posted on October 30, 2025

ଦୁର୍ବଳ ହୋଇଛି ବାତ୍ୟା ମନ୍ଥା । ଗଭୀର ଅବପାତରୁ ଏବେ ପରିଣତ ହୋଇଛି । ଯାହାଫଳରେ ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗିରହିବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାସହ ବିଜୁଳି ଘଡଘଡି ଏବଂ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବୋହିବା ନେଇ ଆକଳନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ସମ୍ପୂର୍ଣ ରାଜ୍ୟରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି । ଦକ୍ଷିଣ ଓ ଉତ୍ତର ଓଡ଼ିଶା ର କିଛି କିଛି ଜିଲ୍ଲା ଯଥା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ସହ ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲା ସମେତ ଉତ୍ତର ଓଡ଼ିଶାର ସୁନ୍ଦରଗଡ଼, କେଉଁଝର, ବାଲେଶ୍ଵର, ଭଦ୍ରକ, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ ହୋଇଛି । ଏହାସହ ସର୍ବାଧିକ ୪୫ ରୁ ୫୫ ଆବଶ୍ୟକସ୍ଥଳେ ୬୫ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ମଧ୍ୟ ଅନୁଭୂତ ହୋଇଛି ।
ସେହିଭଳି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲା ସହିତ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ବର୍ଷର ପ୍ରଭାବ ଦେଖିବାକୁ ମିଳିବ ମ ଏହାସହ ବିଜୁଳି ଘଡଘଡି ଓ ଝଟକା ପବନ ମଧ୍ୟ ଅନୁଭୂତ ହେବ । ଆସନ୍ତା କାଲି ମଧ୍ୟ ସମାନ ସ୍ଥିତି ରହିବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିଭଳି ଆଜି ସନ୍ଧ୍ୟା ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ । ସେଥିପାଇଁ ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।
ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହେଉଛି ବାତ୍ୟା ମୋନ୍ଥା । ବାତ୍ୟାର ଅବଶିଷ୍ଟାଂଶ ଯୋଗୁଁ ଛତିଶଗଡ଼ ଓ ବିଦର୍ଭ ଅଞ୍ଚଳରେ ଅବପାତ ସୃଷ୍ଟି ହୋଇଛି । ଆସନ୍ତା ୧୨ ଘଣ୍ଟାରେ ଏହା କ୍ରମଶଃ ଉତ୍ତର ଦିଗକୁ ଗତି କରି ଲଘୁଚାପରେ ପରିଣତ ହେବ। ଫଳରେ ରାଜ୍ୟରେ ପାଗ ଫିଟିବା ସହ କାଁ ଭାଁ ସ୍ଥାନକୁ ଛାଡିଦେଲେ ଅନ୍ୟ ସବୁ ସ୍ଥାନରେ ପାଗ ଶୁଖିଲା ରହିବ। ବର୍ଷା ବହୁ ପରିମାଣରେ କମିବ । ଉପକୂଳ ଜିଲ୍ଲା ଗୁଡିକ ସମେତ ଉତ୍ତର ଓଡିଶା ଓ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ଝଟକା ପବନ ସହ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗିରହିିବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଅନ୍ୟପଟେ ଆସନ୍ତା ୨ ତାରିଖରୁ ରାଜ୍ୟରେ ଶୀତ ଆରମ୍ଭ ହେବ। ଏଥିପାଇଁ ପାଗ ଅନୁକୂଳ ହେବାରେ ଲାଗିଛି। ବର୍ତ୍ତମାନ ରାଜ୍ୟରେ ପାଗ ମେଘୁଆ ରହିବା ସହ ବର୍ଷା ହେଉଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme