Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦେଶର ୫ଟି ସବୁଠାରୁ ପ୍ରଦୂଷିତ ସହର ମଧ୍ୟରେ ଓଡ଼ିଶାର ତିନି

Posted on December 25, 2025

ଓଡ଼ିଶାର ବାୟୁ ପ୍ରଦୂଷଣ ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି । ପ୍ରଦୂଷଣ ମାମଲାରେ ଓଡ଼ିଶାର କିଛି ସହର ଏବେ ଦେଶର ରାଜଧାନୀ ଦିଲ୍ଲୀକୁ ମଧ୍ୟ ପଛରେ ପକାଇ ଦେଇଛନ୍ତି । ଆଜି ପୂର୍ବାହ୍ନ ୧୧ଟା ସୁଦ୍ଧା ମିଳିଥିବା ବାୟୁ ମାନ ସୂଚକାଙ୍କ (AQI) ରିପୋର୍ଟ ଅନୁଯାୟୀ, ଦେଶର ୫ଟି ସବୁଠାରୁ ପ୍ରଦୂଷିତ ସହର ମଧ୍ୟରେ ଓଡ଼ିଶାର ୩ଟି ସହର ସ୍ଥାନ ପାଇଛନ୍ତି । ସବୁଠାରୁ ଆଶ୍ଚର୍ଯ୍ୟଜନକ ତଥ୍ୟ ହେଉଛି, ୩୩୬ AQI ସହ ଓଡ଼ିଶାର ବାଲେଶ୍ଵର ଆଜି ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର ଭାବେ ପରିଗଣିତ ହୋଇଛି । ଏହି ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛି ଶିଳ୍ପ ସହର ତାଳଚେର, ଯେଉଁଠାରେ AQI ୩୨୪ ରହିଛି । ସେହିପରି ୩୦୪ AQI ସହ ବାରିପଦା ସହର ଦେଶର ପଞ୍ଚମ ପ୍ରଦୂଷିତ ସହର ଭାବେ ଚିହ୍ନଟ ହୋଇଛି। ଏହି ତିନୋଟି ସହରରେ ବାୟୁର ମାନ ଅତି ଖରାପ ସ୍ତରରେ ରହିଛି, ଯାହା ଜନସାଧାରଣଙ୍କ ସ୍ୱାସ୍ଥ୍ୟ ପାଇଁ ଗୁରୁତର ବିପଦ ସୃଷ୍ଟି କରିପାରେ।

ଅନ୍ୟପକ୍ଷରେ, ଯେଉଁ ଦିଲ୍ଲୀ ପ୍ରଦୂଷଣ ପାଇଁ ସବୁବେଳେ ସାରା ଦେଶରେ ଚର୍ଚ୍ଚାରେ ଥାଏ, ସେଠାରେ ଆଜି AQI ମାତ୍ର ୨୧୮ ରେକର୍ଡ କରାଯାଇଛି । ଅର୍ଥାତ ଦିଲ୍ଲୀ ତୁଳନାରେ ଓଡ଼ିଶାର ଏହି ସହରଗୁଡ଼ିକର ବାୟୁ ଅଧିକ ବିଷାକ୍ତ ହୋଇପଡ଼ିଛି । ଦେଶର ଅନ୍ୟ ଦୁଇ ପ୍ରଦୂଷିତ ସହର ମଧ୍ୟରେ ପଶ୍ଚିମବଙ୍ଗର ହଳଦିଆ (୩୧୯ AQI) ଏବଂ ପଞ୍ଜାବର ରୂପନଗର (୩୧୧ AQI) ରହିଛନ୍ତି ।

 ଏହା କୌଣସି ଗୋଟିଏ ଦିନର ଘଟଣା ନୁହେଁ। ଗତକାଲି ମଧ୍ୟ ଦେଶର ୫ ପ୍ରଦୂଷିତ ସହର ମଧ୍ୟରେ ଓଡ଼ିଶାର ଅନୁଗୁଳ ଓ ତାଳଚେର ରହିଥିଲା । ଗତକାଲି ତାଳଚେରର AQI ୩୩୬ ଥିବା ବେଳେ ଅନୁଗୁଳର ୩୦୩ ଥିଲା । କ୍ରମାଗତ ଭାବେ ବଢୁଥିବା ଏହି ପ୍ରଦୂଷଣ ଏବେ ପରିବେଶବିତ ଏବଂ ରାଜ୍ୟ ସରକାରଙ୍କ ପାଇଁ ଏକ ବଡ଼ ଚିନ୍ତାର ବିଷୟ ପାଲଟିଛି। ଯଦି ସମୟ ଥାଉ ଥାଉ ଏଥିପ୍ରତି ପଦକ୍ଷେପ ନିଆନଯାଏ, ତେବେ ଆଗାମୀ ଦିନରେ ସ୍ଥିତି ଅଧିକ ଭୟଙ୍କର ହୋଇପାରେ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme