Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଧଉଳି ଗଣଦୁଷ୍କର୍ମ ଘଟଣା ; କ୍ରାଇମ ସ୍ପଟ୍‌ରେ ମହିଳା କମିଶନ ସଦସ୍ୟା

Posted on December 16, 2025

ଭୁବନେଶ୍ୱର ଧଉଳି ଗଣଦୁଷ୍କର୍ମ ଘଟଣାରେ ପୁଲିସ୍‌ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଅନ୍ୟ ଜଣେ ଅଭିଯୁକ୍ତ ଏବେ ବି ଫେରାର ଅଛି । ପୁଲିସ ତାକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି । ଇତି ମଧ୍ୟରେ ପୁଲିସ ନାବାଳିକା ଏବଂ ତାଙ୍କ ପୁରୁଷ ବନ୍ଧୁଙ୍କ ବୟାନ ରେକର୍ଡ କରିଛି । ସେପଟେ ଆଜି କ୍ରାଇମ ସ୍ପଟ୍‌ରେ ପହଞ୍ଚିଛନ୍ତି ମହିଳା କମିଶନ ସଦସ୍ୟା। ପ୍ରଥମେ ଧଉଳି ଥାନା ଯାଇ ଅନୁଧ୍ୟାନ କରିବା ପରେ କ୍ରାଇମ୍‌ ସ୍ପଟ୍‌ ରେ ପହଞ୍ଚିଥିଲେ। ଘଟଣାକୁ ଗୁରୁତର ସହ ନିଆଯାଇଛି ଏବଂ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେବୁ ବୋଲି କହିଛନ୍ତି।

ସୂଚନା ମୂତାବକ ଧଉଳି ନିକଟରେ ଜଣେ ନାବାଳିକାକୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଗତ ୧୧ ତାରିଖରେ ନାବାଳିକା ପୁରୁଷ ବନ୍ଧୁଙ୍କ ସହ ଦୟାନଦୀ ପଠାକୁ ଯାଇଥିଲେ । ଏତିକି ବେଳେ ତିନିଜଣ ସେଠାରେ ପହଞ୍ଚି ସେଠାରୁ ସେମାନଙ୍କୁ ଲୁଟ୍‌ କରିଥିଲେ। ପରେ ସେମାନେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଧଉଳି ଥାନାରେ ଅଭିଯୋଗ ହୋଇଛି । ଏଥିରେ ପୀଡିତାଙ୍କର ବୟାନ ଅଦାଲତରେ ରେକର୍ଡ କରାଯାଇଛି । ପ୍ରଥମେ ପୀଡିତା ପ୍ରଥମେ ଲୁଟ୍‌ କଥା ଥାନାରେ ଅଭିଯୋଗ କରିଥିଲେ । ପ୍ରଥମେ ପୀଡିତା ଭୟରେ ଦୁଷ୍କର୍ମ କଥା କହିନଥିଲେ । ପରେ ପୁଲିସ ତଦନ୍ତକୁ ଦୁଷ୍କର୍ମ କଥା ଜାଣି ପାରିଥିଲା । ଏହାପରେ ପୁଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme