Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନଦୀରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

Posted on October 7, 2025

ଭଞ୍ଜନଗର: ନଦୀରେ ଗାଧୋଇବା ବେଳେ ଭାସି ଯାଇଥିଲେ। ଦିନକ ପରେ ଉଦ୍ଧାର ହେଲା ମୃତଦେହ। ଭଞ୍ଜନଗର ବ୍ଲକ ହରିଗଡ ପଞ୍ଚାୟତ ବଦାଙ୍ଗୀ ଗ୍ରାମର ବିଜୟ କୁମାର ସାହୁ(୫୦) ସୋମବାର ସନ୍ଧ୍ୟାରେ ବାରନାଳିଆ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ। ଆଜି ସକାଳୁ ଭଞ୍ଜନଗର ଦମକଳ ବାହିନୀ ତାଙ୍କ ମୃତଦେହ ନଦୀରୁ ଉଦ୍ଧାର କରିଛି। ତାରାସିଂ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡିକାଲକୁ ପଠାଇଛି।ସୂଚନାନୁଯାୟୀ, ଗତକାଲି ସନ୍ଧ୍ୟାରେ ସେ ନଦୀକୁ ଗାଧୋଇବାକୁ ଯାଇଥିଲେ। ସେଠାରେ ଗାଧୋଇବା ବେଳେ ଅସାବଧାନତାବଶତଃ ନଦୀରେ ଭାସି ଯାଇଥିଲେ। ବିଜୟଙ୍କ ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକେ ନଦୀ କୂଳରେ ଖୋଜାଖୋଜି କରିଥିଲେ। ପରେ ଏନେଇ ଭଞ୍ଜନଗର ଦମକଳ କେନ୍ଦ୍ରକୁ ସୂଚନା ଦେଇଥିଲେ। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ବିଜୟଙ୍କୁ ଖୋଜାଖୋଜି କରିଥିଲେ ମଧ୍ୟ ପାଇନଥିଲେ। ଆଜି ସକାଳୁ ପୁଣି ଖୋଜାଖୋଜି କରିବା ସମୟରେ ଗ୍ରାମ ଠାରୁ ଏକ କିମି ଦୂର ନିମସାହି ବାରି ମାଳରେ ନଦୀ ଭିତରେ ଏକ ବାଉଁଶ ବୁଦାରେ ଶବ ଲାଗିଥିବା ଦେଖି ସେଠାରୁ ଉଦ୍ଧାର କରିଥିଲେ। ଖବର ପାଇ ତାରସିଂ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡିକାଲକୁ ପଠାଇଥିବା ଥାନା ଅଧିକାରୀ ଶୁଭଲକ୍ଷ୍ମୀ ପୂଜାରୀ ସୂଚନା ଦେଇଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଟ୍ରେନ୍ ଟ୍ରାକ୍‌ରେ ମଦୁଆର ହାଇଡ୍ରାମା, ଅଟକାଇ ଦେଲା ଟ୍ରେନ୍‌
  • ବୁଧବାର ମହାପ୍ରଭୁଙ୍କ ପଦ୍ମ ବେଶ, କେଶର ମଧ୍ୟରେ ଶୋଭା ପାଇବେ ଶ୍ରୀମୁଖ
  • ଆକ୍ସନ୍ ମୋଡ୍‌ରେ ଅନୁଗୁଳ ପୁଲିସ, ୬୦ କେଜି ବମ ସହ ବିସ୍ଫୋରକ ସାମଗ୍ରୀ ଜବତ
  • ୨୫ରେ ମାଘ ସପ୍ତମୀ ବୁଡ଼: ଅର୍କକ୍ଷେତ୍ରକୁ ଛୁଟି ଆସିବେ ଶ୍ରଦ୍ଧାଳୁ, ଜଗିବେ ୩୪ ପ୍ଲାଟୁନ୍‌ ଫୋର୍ସ
  • ରାତି ୮ଟା ୩ ମିନିଟ୍, ୭ ସେକେଣ୍ଡରେ ଶ୍ମଶାନରେ ପରିଣତ ହେବ ଜନବସତି

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (198)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (52)
  • ଦେଶ ବିଦେଶ (470)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (114)
  • ରାଜ୍ୟ (1,516)
  • ସ୍ପେଶାଲ୍ ରିପୋର୍ଟ (266)
©2026 JBR Samachar | Design: Newspaperly WordPress Theme