Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନଦୀରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

Posted on October 7, 2025

ଭଞ୍ଜନଗର: ନଦୀରେ ଗାଧୋଇବା ବେଳେ ଭାସି ଯାଇଥିଲେ। ଦିନକ ପରେ ଉଦ୍ଧାର ହେଲା ମୃତଦେହ। ଭଞ୍ଜନଗର ବ୍ଲକ ହରିଗଡ ପଞ୍ଚାୟତ ବଦାଙ୍ଗୀ ଗ୍ରାମର ବିଜୟ କୁମାର ସାହୁ(୫୦) ସୋମବାର ସନ୍ଧ୍ୟାରେ ବାରନାଳିଆ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ। ଆଜି ସକାଳୁ ଭଞ୍ଜନଗର ଦମକଳ ବାହିନୀ ତାଙ୍କ ମୃତଦେହ ନଦୀରୁ ଉଦ୍ଧାର କରିଛି। ତାରାସିଂ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡିକାଲକୁ ପଠାଇଛି।ସୂଚନାନୁଯାୟୀ, ଗତକାଲି ସନ୍ଧ୍ୟାରେ ସେ ନଦୀକୁ ଗାଧୋଇବାକୁ ଯାଇଥିଲେ। ସେଠାରେ ଗାଧୋଇବା ବେଳେ ଅସାବଧାନତାବଶତଃ ନଦୀରେ ଭାସି ଯାଇଥିଲେ। ବିଜୟଙ୍କ ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକେ ନଦୀ କୂଳରେ ଖୋଜାଖୋଜି କରିଥିଲେ। ପରେ ଏନେଇ ଭଞ୍ଜନଗର ଦମକଳ କେନ୍ଦ୍ରକୁ ସୂଚନା ଦେଇଥିଲେ। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ବିଜୟଙ୍କୁ ଖୋଜାଖୋଜି କରିଥିଲେ ମଧ୍ୟ ପାଇନଥିଲେ। ଆଜି ସକାଳୁ ପୁଣି ଖୋଜାଖୋଜି କରିବା ସମୟରେ ଗ୍ରାମ ଠାରୁ ଏକ କିମି ଦୂର ନିମସାହି ବାରି ମାଳରେ ନଦୀ ଭିତରେ ଏକ ବାଉଁଶ ବୁଦାରେ ଶବ ଲାଗିଥିବା ଦେଖି ସେଠାରୁ ଉଦ୍ଧାର କରିଥିଲେ। ଖବର ପାଇ ତାରସିଂ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡିକାଲକୁ ପଠାଇଥିବା ଥାନା ଅଧିକାରୀ ଶୁଭଲକ୍ଷ୍ମୀ ପୂଜାରୀ ସୂଚନା ଦେଇଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme