
ଇବ୍ ନଦୀରେ ଭାସୁଛି ଅଜଣା ମୃତଦେହ । ସୁନ୍ଦରଗଡ଼ ଜିଲ୍ଲା କିଞ୍ଜିରକେଲା ଥାନା ଅନ୍ତର୍ଗତ ବାଙ୍କିଡିହି ଗ୍ରାମର କଦମକୁଦର ଗାଧୁଆ ଘାଟ ନିକଟରେ ଏକ ଅଜଣା ମୃତଦେହ ଭାସୁଛି। ସ୍ଥାନୀୟ ଲୋକେ ଏନେଇ ପୁଲିସକୁ ସୂଚନା ଦେଇଥିଲେ। ଖବର ପାଇ କିଞ୍ଜିରକେଲା ପୁଲିସ ଘଟଣା ସ୍ଥଳରେ ପହଞ୍ଚିଛି।
ମୃତ ବ୍ୟକ୍ତିଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ଘଟଣାକୁ ନେଇ ଆଖପାଖ ଅଞ୍ଚଳରେ ଉଦବେଗ ପ୍ରକାଶ ପାଇଛି। ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୁଲିସ କହିଛି।
