Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନଭେମ୍ବର ୧୬ ତାରିଖ ଜାତୀୟ ପ୍ରେସ ଦିବସ

Posted on November 16, 2025

ନଭେମ୍ବର ୧୬ ତାରିଖ ଜାତୀୟ ପ୍ରେସ ଦିବସ । ଏହି ଦିନ ଗଣମାଧ୍ୟମର ସ୍ବାଧୀନତା ଏବଂ ସମାଜ ପ୍ରତି ଦାୟିତ୍ୱର ପ୍ରତୀକ । ଆଜିର ଦିନରେ ପ୍ରେସ୍ କାଉନସିଲ ଅଫ୍ ଇଣ୍ଡିଆ କାର୍ଯ୍ୟ ଆରମ୍ଭ କରିଥିଲା। ପ୍ରଥମ ପ୍ରେସ୍ କମିଶନ ଭାରତରେ ଖବରଦାତାଙ୍କ ସ୍ବାଧୀନତାକୁ ସୁରକ୍ଷା ଦେବା ଏବଂ ସାମ୍ବାଦିକତାରେ ଉଚ୍ଚ ମାନର ଲକ୍ଷ୍ୟ ରଖି ଏକ ପ୍ରେସ କାଉନସିଲ ଗଠନ କରିଥିଲେ। ଏହାର ଫଳ ସ୍ବରୂପ ୪ ଜୁଲାଇ ୧୯୬୬ରେ ଭାରତରେ ପ୍ରେସ୍ କାଉନସିଲ ପ୍ରତିଷ୍ଠା କରାଯାଇଥିଲା। ୧୬ ନଭେମ୍ବର ୧୯୬୬ରୁ ଏହାର ଆଇନଗତ କାର୍ଯ୍ୟ ଆରମ୍ଭ କରିଥିଲା। ସେବେଠାରୁ ଦେଶରେ ନଭେମ୍ବର ୧୬କୁ ପ୍ରତିବର୍ଷ ଜାତୀୟ ଗଣମାଧ୍ୟମ ଦିବସ ଭାବେ ପାଳନ କରାଯାଏ।

ଏହି ଦିନଟି ପ୍ରେସ ସ୍ବାଧୀନତା ଏବଂ ଦାୟିତ୍ୱ ପ୍ରତି ଆମର ବିଶେଷ ଧ୍ୟାନ ଆକର୍ଷଣ କରିଥାଏ। ଦେଶର ସାମ୍ବାଦିକମାନେ ଯେପରି କୌଣସି ବାହ୍ୟ ଶକ୍ତି ଦ୍ୱାରା ପ୍ରଭାବିତ ନହେବେ ସେଥିପାଇଁ ପ୍ରେସ କାଉନସିଲ ଅଫ ଇଣ୍ଡିଆ କାମ କରୁଛି । ଦେଶର ସାମ୍ବାଦିକମାନେ ଯେପରି କୌଣସି ବାହ୍ୟ ଶକ୍ତି ଦ୍ୱାରା ପ୍ରଭାବିତ ନହେବେ ସେଥିପାଇଁ ପ୍ରେସ କାଉନସିଲ ଅଫ ଇଣ୍ଡିଆ କାମ କରୁଛି ।ତେଣୁ ନଭେମ୍ବର ୧୬କୁ ପ୍ରତି ବର୍ଷ ଜାତୀୟ ପ୍ରେସ ଦିବସ ଭାବରେ ପାଳନ କରାଯାଏ ।ସାମାଜିକ ବିକାଶରେ ଗଣମାଧ୍ୟମର ଭୂମିକା ବେଶ୍ ଗୁରୁତ୍ଵପୂର୍ଣ । ପ୍ରତିକୂଳ ବ୍ୟବସ୍ଥା ସତ୍ତ୍ୱେ ସାମ୍ବାଦିକମାନେ ଜନସ୍ୱାର୍ଥ ପାଇଁ ଲଢେଇ କରୁଛନ୍ତି । ଗଣମାଧ୍ୟମକୁ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ବୋଲି କୁହାଯାଏ ।

ଦେଶର ପ୍ରଥମ ସମ୍ବାଦପତ୍ର ‘ବେଙ୍ଗଲ ଗେଜେଟ୍’ ୧୭୮୦ ମସିହାରେ ଜେମ୍ସ ଅଗଷ୍ଟସ୍ ନିକିଙ୍କ ଦ୍ୱାରା ପ୍ରକାଶ ପାଇବା ପରଠାରୁ ଜନସାଧାରଣଙ୍କ ସଶକ୍ତିକରଣ ଲାଗି ସମ୍ବାଦପତ୍ର ଗୁରୁତ୍ଵପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି । ସାମ୍ବାଦିକତାର ମୌଳିକ ନୀତି ହେଉଛି ପାଠକ ଓ ଦର୍ଶକଙ୍କ ନିକଟରେ ସତ୍ୟ, ବସ୍ତୁନିଷ୍ଠ, ସଠିକ ନିରପେକ୍ଷ ସୂଚନା ପହଞ୍ଚାଇବା । ତେବେ ଏହି ପରିପ୍ରେକ୍ଷୀରେ ଜାତୀୟ ପ୍ରେସ୍ ଦିବସ ପାଳନ ଅନେକ ଗୁରୁତ୍ୱ ବହନ କରେ ।‘ପ୍ରେସ୍ କାଉନ୍ସିଲ୍ ‘ ହେଉଛି ସମ୍ବାଦପତ୍ରର ନୈତିକ ପ୍ରହରୀ । ଯଦି କୌଣସି ବ୍ୟକ୍ତିଙ୍କୁ ଖବରକୁ ନେଇ ଆପତ୍ତି ଥାଏ ତେବେ ସେ ପ୍ରେସ୍ କାଉନ୍ସିଲ୍ ନିକଟରେ ଅଭିଯୋଗ କରି ପାରିବେ । ଅପରପକ୍ଷେ ଯେକୌଣସି ସମ୍ବାଦପତ୍ର ମଧ୍ୟ ସରକାର ବା ଅନ୍ୟ କାହାର ଅବାଞ୍ଛିତ ହସ୍ତକ୍ଷେପ ବଳପ୍ରୟୋଗ ଓ କଟକଣା ଆଦି ବିରୋଧରେ ଅଭିଯୋଗ କରିପାରିବେ । ସାମ୍ବାଦିକମାନେ ହେଲେ ସମାଜର ଜାଗ୍ରତ ପ୍ରହରୀ । ଯଦି ଜାଗ୍ରତ ପ୍ରହରୀ ନିଜ କର୍ତ୍ତବ୍ୟରୁ ବିଚ୍ୟୁତ ହୁଏ ତେବେ ସମାଜ ଆଗକୁ ବଢିପାରେ ନାହିଁ । ନିରପେକ୍ଷ ଓ ନିର୍ଭୀକ ସମ୍ବାଦ ପରିବେଷଣ ସବୁ ସାମ୍ବାଦିକଙ୍କ ଆଭିମୁଖ୍ୟ ହେବା ଉଚିତ୍ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme