Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନିପା ଭାଇରସକୁ ନେଇ ଓଡ଼ିଶାରେ ସ୍ୱାସ୍ଥ୍ୟ ବିଭାଗ ସତର୍କ

Posted on January 17, 2026

ନିପା ଭାଇରସକୁ ନେଇ ଆଦୌ ଆତଙ୍କିତ ନହେବାକୁ ଅପିଲ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ପଶ୍ଚିମବଙ୍ଗରେ ନିପା ଭାଇରସ୍ ମାମଲା ସାମ୍ନାକୁ ଆସିବା ପରେ ଓଡ଼ିଶାରେ ସ୍ୱାସ୍ଥ୍ୟ ବିଭାଗ ସତର୍କ । ଆଜି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ବୈଠକରେ ସ୍ୱାସ୍ଥ୍ୟମନ୍ତ୍ରୀ, ସ୍ବାସ୍ଥ୍ୟ ସଚିବ, ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ ।

ବୈଠକ ପରେ ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ କୌଣସି ନିପା ଭାଇରସର ସନ୍ଦିଗ୍ଧ କେସ ଚିହ୍ନଟ ହୋଇନାହିଁ । ରାଜ୍ୟ ସରକାର ସଂପୂର୍ଣ୍ଣ ସତର୍କତା ଅବଲମ୍ବନ କରୁଛନ୍ତି । ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗ ସଂପୂର୍ଣ୍ଣ ପ୍ରସ୍ତୁତ ଅଛି । ସମସ୍ତ ସୀମାବର୍ତ୍ତୀ ଜିଲ୍ଲାକୁ ସତର୍କ ରହିବା, ସନ୍ଦେହଜନକ ମାମଲାର ତୁରନ୍ତ ସନ୍ଧାନ ଓ ରିପୋର୍ଟିଂ, ହସ୍ପିଟାଲରେ ପର୍ଯ୍ୟାପ୍ତ ଔଷଧ, ପିପିଇ କିଟ୍ ଓ ଚିକିତ୍ସା ସାଧନ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସେଥିସହ ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାକୁ ଗୁରୁତ୍ୱ ଦିଆଯାଇଛି । ବୈଠକରେ ବର୍ତ୍ତମାନ ରାଜ୍ୟର ସ୍ଥିତି, ସତର୍କତା ବ୍ୟବସ୍ଥା, ରୋଗ ନିରୀକ୍ଷଣ, ନମୁନା ପରୀକ୍ଷା, ଆଇସୋଲେସନ ଓ ଚିକିତ୍ସା ସୁବିଧା ସମ୍ପର୍କରେ ଆଲୋଚନା କରାଯାଇଛି । ନିପା ଭାଇରସକୁ ନେଇ ଆତଙ୍କିତ ନ ହେବାକୁ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଅନୁରୋଧ କରିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme