Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀମାନଙ୍କୁ ନିର୍ବାଚନ କମିଶନଙ୍କ ଚିଠି

Posted on January 22, 2026

ରାଜ୍ୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । ଜାତୀୟ ନିର୍ବାଚନ କମିଶନ ଓଡ଼ିଶା ସମେତ ୧୦ ରାଜ୍ୟମାନଙ୍କର ମୁଖ୍ୟ ନିର୍ବାଚନ ଅଧିକାରୀମାନଙ୍କୁ ରିଟର୍ଣ୍ଣିଂ ଅଫିସର, ସହାୟକ ରିଟର୍ଣ୍ଣିଂ ଅଫିସର, ଭୋଟ୍ ଗ୍ରହଣ ସ୍ଥାନ ଏବଂ ବ୍ୟାଲଟ୍ ବକ୍ସର ପ୍ରକାର ସମ୍ପର୍କରେ ପ୍ରସ୍ତାବ ପଠାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାପରେ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଧାନସଭା ସଚିବାଳୟକୁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି ।

ଚିଠିରେ କୁହାଯାଇଛି, ରାଜ୍ୟସଭାରେ ୨୦୨୬ ଏପ୍ରିଲରେ ଅବସର ଗ୍ରହଣ କରୁଥିବା ସଦସ୍ୟମାନଙ୍କ ଯୋଗୁଁ ୧୦ଟି ରାଜ୍ୟରୁ ମୋଟ୍ ୩୭ଟି ଆସନ ଖାଲି ହେବ । ଏହି ଖାଲି ଆସନଗୁଡ଼ିକ ମଧ୍ୟରେ ମହାରାଷ୍ଟ୍ରର ୭ଟି, ଓଡ଼ିଶାରେ ୪ଟି, ତାମିଲନାଡ଼ୁରେ ୬ଟି, ପଶ୍ଚିମବଙ୍ଗରେ ୫ଟି, ତେଲଙ୍ଗାନାର ୨ଟି, ଆସାମର ୩ଟି, ବିହାରର ୬ଟି, ଛତିଶଗଡ଼ର ୨ଟି, ହରିୟାଣାର ୨ଟି ଆସନ, ହିମାଚଳ ପ୍ରଦେଶର ଗୋଟିଏ ଆସନ ରହିଛି । ଏହି ନିର୍ବାଚନ ପ୍ରକ୍ରିୟାରେ ରିଟର୍ଣ୍ଣିଂ ଅଫିସର ଏବଂ ସହାୟକ ରିଟର୍ଣ୍ଣିଂ ଅଫିସରଙ୍କର ନିଯୁକ୍ତି ପାଇଁ ପ୍ରସ୍ତାବ ମାଗାଯାଇଛି । ଏହି ପ୍ରସ୍ତାବରେ ଅଧିକାରୀମାନଙ୍କର ଟେଲିଫୋନ୍ ନମ୍ବର, ମୋବାଇଲ୍ ନମ୍ବର, ଫ୍ୟାକ୍ସ ନମ୍ବର ଏବଂ ଇ-ମେଲ୍ ଆଇଡି ଅନ୍ତର୍ଭୁକ୍ତ କରାଯିବା ଆବଶ୍ୟକ । ଏହା ସହିତ ଭୋଟ୍ ଗ୍ରହଣ ସ୍ଥାନ ଏବଂ ବ୍ୟବହାର ହେବାକୁ ଥିବା ବ୍ୟାଲଟ୍ ବକ୍ସର ପ୍ରକାର ସମ୍ପର୍କରେ ମଧ୍ୟ ବିସ୍ତୃତ ସୂଚନା ଦେବାକୁ କୁହାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme