Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପଞ୍ଚକର ଶେଷ ଦିନରେ ଶ୍ରୀମନ୍ଦିରରେ ହେଉଛି ସ୍ବତନ୍ତ୍ର ନୀତିକାନ୍ତି

Posted on November 5, 2025

ଆଜି କାର୍ତ୍ତିକ ପୂର୍ଣ୍ଣିମା । ପଞ୍ଚକର ଶେଷ ଦିନରେ ଶ୍ରୀମନ୍ଦିରରେ ହେଉଛି ସ୍ବତନ୍ତ୍ର ନୀତିକାନ୍ତି । ଆଜି ରାଜାରାଜେଶ୍ବର ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ବଡ଼ି ଭୋରରୁ ଦ୍ବାରଫିଟା ପରେ ନୀତିକାନ୍ତି ବଢିବା ସହ ଚାଲିଛି ସର୍ବସାଧାରଣ ଦର୍ଶନ । ମହାପ୍ରଭୁଙ୍କ ସୁନାବେଶ ଦେଖିବାକୁ ମନ୍ଦିରରେ ପ୍ରବଳ ଭିଡ଼ ଲାଗିଛି ।

ମହାପ୍ରଭୁ ପ୍ରତିବର୍ଷ ୫ ଥର ସୁନା ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି । କାର୍ତ୍ତିକ ପୂର୍ଣ୍ଣିମାରେ ଅନୁଷ୍ଠିତ ହେଉଥିବା ସୁନାବେଶ ହେଉଛି ଐଶ୍ଚର୍ଯ୍ୟର ବେଶ । ଅତୀତରେ ଓଡ଼ିଆ ସାଧବ ପୁଅମାନେ ମହାପ୍ରଭୁଙ୍କୁ ସ୍ମରଣ କରି ବିଦେଶକୁ ବୋଇତ ମାଧ୍ୟମରେ ଯାଇ ବାଣିଜ୍ୟ କରି ବିପୁଳ ଧନ ରତ୍ନ ଆଣି ମହାପ୍ରଭୁଙ୍କୁ ସମର୍ପିତ କରୁଥିଲେ । ଏହାର ନିଦର୍ଶନ ସ୍ଵରୂପ ମହାପ୍ରଭୁ ମହଣ ମହଣ ସୁନାରେ ବିଭୂଷିତ ହୋଇ ଭକ୍ତଙ୍କୁ ସୁନାବେଶ ତଥା ରାଜାଧିରାଜ ବେଶରେ ଦର୍ଶନ ଦେଇଥାନ୍ତି ।

ଆଜି କେବଳ ସିଂହଦ୍ବାର ଦେଇ ପ୍ରବେଶ ବ୍ୟବସ୍ଥା କରାଯାଇଥିବା ବେଳେ, ଅନ୍ୟ ତିନି ଦ୍ଵାର ଦେଇ ପ୍ରସ୍ଥାନ ବ୍ୟବସ୍ଥା ହୋଇଛି । ମାର୍କେଟ ଛକ ଠାରୁ ବ୍ୟାରିକେଡ଼ କରାଯାଇଥିବା ବେଳେ, ପ୍ରଶାସନ ଓ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସୁରକ୍ଷା ପାଇଁ ୪୦ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିବା ବେଳେ , ୩୦ ଜଣ ମାଜିଷ୍ଟ୍ରେଟ ଓ ସ୍ବେଚ୍ଛାସେବୀ ମୁତୟନ ହୋଇଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme