Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପଶ୍ଚିମାଝଡ଼ ପ୍ରଭାବ, ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ବଢ଼ିବ

Posted on January 19, 2026

ସୋମବାର ଓ ବୁଧବାର ରାତିରୁ ଲଗାତାର ଦୁଇଟି ପଶ୍ଚିମାଝଡ଼ ଉତ୍ତର ପଶ୍ଚିମ ଭାରତକୁ ପ୍ରଭାବିତ କରିବ । ଏହାର ପ୍ରଭାବରେ ଓଡ଼ିଶା ସମେତ ପୂର୍ବ ଭାରତରେ ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ ସେଲସିୟସ୍ ବଢ଼ିପାରେ । ରାତି ତାପମାତ୍ରା ବଢ଼ିଲେ ଶୀତ କମିଯିବ । ପାଣିପାଗ ବିଶେଷଜ୍ଞ ଏଭଳି ପୂର୍ବାନୁମାନ କରିଛନ୍ତି ।

ସୋମବାର ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୨ ଡିଗ୍ରୀ ଉପରେ ରହିପାରେ । ପୁରୀରେ ପାରଦ ୧୬ ଡିଗ୍ରୀ, ଭଦ୍ରକ ଓ ଛତ୍ରପୁରରେ ୧୫, ପାରଳାଖେମୁଣ୍ଡି, ଖୋର୍ଦ୍ଧା, ଚାନ୍ଦବାଲି ଓ ଭଦ୍ରକରେ ୧୪ ଡିଗ୍ରୀ ରହିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୨୦ ତାରିଖରେ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ପାରଦ ୧୫ ଡିଗ୍ରୀ ଉପରେ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

୨୨ ଓ ୨୩ ତାରିଖରେ ଉପକୂଳ ଓଡ଼ିଶାରେ ରାତି ତାପମାତ୍ରା ଆହୁରି ବଢ଼ିବ । ପଶ୍ଚିମା ଝଡ଼ ପ୍ରଭାବରେ ଗତ କିଛି ଦିନ ଭିତରେ ପ୍ରଥମ ଥର ପାଇଁ ଝାରସୁଗୁଡ଼ା ଓ କେନ୍ଦୁଝରରେ ଶୀତ କମିଛି । ରବିବାର ସକାଳ ସାଢ଼େ ୫ଟାରେ ଝାରସୁଗୁଡ଼ାରେ ୮.୮ ଡିଗ୍ରୀ ଓ କେନ୍ଦୁଝରରେ ପାରଦ ୧୦.୬ ଡିଗ୍ରୀ ରହିଥିଲା । ଝାରସୁଗୁଡ଼ାରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୨ ଡିଗ୍ରୀ ଓ କେନ୍ଦୁଝରରେ ୧.୨ ଡିଗ୍ରୀ ଅଧିକ ରହିଛି । ପାରଳାଖେମୁଣ୍ଡିରେ ୧୨.୮, କେନ୍ଦ୍ରାପଡ଼ାରେ ୧୨.୪, ଭୁବନେଶ୍ୱରରେ ୧୦.୯, କଟକରେ ୧୦.୨ ଡିଗ୍ରୀ ରେକର୍ଡ ହୋଇଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme