Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍‌ଙ୍କୁ ଜେଲ୍‌ ଦଣ୍ଡାଦେଶ…

Posted on December 20, 2025

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍‌ଙ୍କୁ ଜେଲ୍‌ ଦଣ୍ଡାଦେଶ ହୋଇଛି। ପତ୍ନୀ ବୁଶରା ବିବିଙ୍କ ସହ ଇମ୍ରାନଙ୍କୁ ଆଜି ପାକିସ୍ତାନର ସ୍ଵତନ୍ତ୍ର କୋର୍ଟ ୧୭ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଉଭୟଙ୍କୁ ୧ କୋଟି ଟଙ୍କାର ଜରିମାନା ସହ ୧୭ ବର୍ଷ ଲାଗି ଜେଲ ଦଣ୍ଡ ହୋଇଛି। ୨୦୨୧ ମେ ମାସରେ ଏକ ସରକାରୀ ଗସ୍ତ ସମୟରେ ସାଉଦି ଯୁବରାଜଙ୍କ ଇମ୍ରାନ ଖାନଙ୍କୁ ଏକ ବୁଲଗାରି ଅଳଙ୍କାର ସେଟ୍ ଦେଇଥିଲେ। ଯାହା ପରବର୍ତ୍ତି ସମୟରେ ଅତ୍ୟନ୍ତ କମ ମୂଲ୍ୟରେ କିଣାଯାଇଥିଲା।
ନିୟମ ଅନୁଯାୟୀ ଏହାକୁ ସରକାରୀ କୋଷାଗାରରେ ଜମା କରାଯାଇନଥିଲା। ତଦନ୍ତ ଏଜେନ୍ସିଗୁଡ଼ିକର କହିବା ମୁତାବକ ଏହା ସରକାରୀ ରାଜକୋଷକୁ କ୍ଷତି ପହଞ୍ଚାଇଥିଲା। ସ୍ୱତନ୍ତ୍ର ବିଚାରପତି କେନ୍ଦ୍ରୀୟ ଶାହରୁଖ ଅର୍ଜୁମନ୍ଦ ୮୦ରୁ ଅଧିକ ଶୁଣାଣି ପରେ ଏହି ରାୟ ଶୁଣାଇଛନ୍ତି। କୋର୍ଟ ପାକିସ୍ତାନ ଦଣ୍ଡ ସଂହିତାର ଧାରା ୩୪ ଏବଂ ୪୦୯ ଅନୁଯାୟୀ ଇମ୍ରାନ ଖାନଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ସହିତ, ତାଙ୍କୁ ଦୁର୍ନୀତି ନିବାରଣ ଆଇନର ଧାରା ୫(୨) ଅନୁଯାୟୀ ୭ ବର୍ଷର ପୃଥକ ଦଣ୍ଡାଦେଶ ଦିଆଯାଇଛି। ସେହିପରି ବୁଶରା ବିବିଙ୍କୁ ସମାନ ଧାରା ଅନୁଯାୟୀ ମୋଟ ୧୭ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରାଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme