Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପାଚିକାଙ୍କ ଶାଢୀରେ ଲାଗିଲା ନିଆଁ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

Posted on November 27, 2025

ରୋଷେଇ କରିବା ବେଳେ ଶାଢୀରେ ନିଆଁ ଲାଗି ପାଚିକା ଗୁରୁତର। କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ଲକ ବାଇଲୋ ପଞ୍ଚାୟତ ହାତିବନ୍ଧା ଗ୍ରାମର ପ୍ରାଥମିକ ବିଦ୍ୟାଳୟରେ ଏହି ଘଟଣା ଘଟିଛି। ପାଚିକାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ସୂଚନାନୁଯାୟୀ, ଆନନ୍ଦପୁର ବ୍ଲକ ହାତିବନ୍ଧା ଗ୍ରାମର ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ପାଚିକା ତଅପୋଇ ପ୍ରଧାନ ରୋଷେଇ କରୁଥିବା ସମୟରେ ତାଙ୍କ ଶାଢୀରେ ନିଆଁ ଲାଗି ଯାଇଥିଲା। ଅନ୍ୟ ୩ ଜଣ ସହାୟିକା ଓ ପାଚିକା ସଉଦା ଆଣିବାକୁ ଗାଁ ଦୋକାନକୁ ଯାଇଥିବା ବେଳେ ଏହି ଘଟଣା ଘଟିଥିଲା। ପାଚିକାଙ୍କ ଲୁଗାରେ ନିଆଁ ଲାଗି ଯାଇଥିବା ଦେଖି ଛାତ୍ରଛାତ୍ରୀମାନେ ତାଙ୍କ ଉପରେ ପାଣି ଢାଳିଥିଲେ। ସ୍ଥାନୀୟ ଲୋକେ ତଅପୋଇଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ମାଧ୍ୟମରେ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରିଥିଲେ। ପରେ ତାଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି। ତଅପୋଇ ଅସହାୟ ମହିଳା ହୋଇଥିବା ବେଳେ ତାଙ୍କୁ ସରକାରୀ ସାହାଯ୍ୟ ଯୋଗାଇ ଦେବାକୁ ସ୍ଥାନୀୟ ଲୋକମାନେ ଦାବି କରିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme