Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପାଣିକୋଇଲି ପୁରୁଣା ଟୋଲଗେଟ୍ ଛକ ନିକଟରେ ବସ୍ ଦୁର୍ଘଟଣା, ୩ ଗୁରୁତର

Posted on September 27, 2025

 

 

ଯାଜପୁର ଜିଲ୍ଲା ୧୬ ନମ୍ୱର ଜାତୀୟ ରାଜପଥ ପାଣିକୋଇଲି ପୁରୁଣା ଟୋଲଗେଟ୍ ଛକ ନିକଟରେ ବସ୍ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ସୂଚନା ମୁତାବକ, ଶୁକ୍ରବାର ବିଳମ୍ବିତ ରାତ୍ରିରେ ପାଣିକୋଇଲି ଥାନା ପୁରୁଣା ଟୋଲଗେଟ୍ ଛକ ନିକଟରେ ଏକ ହାଇୱା ପୂର୍ବରୁ ରାସ୍ତାକଡ଼ରେ ଠିଆ ହୋଇ ରହିଥିଲା। ଭୁବନେଶ୍ୱରରୁ କଲିକତା ଅଭିମୁଖେ ଆସୁଥିବା ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ଉକ୍ତ ହାଇୱାରୁ ପଛ ପଟୁ ଧକ୍କା ଦେଇଛି । ଫଳରେ ବସ୍‌ ଡ୍ରାଇଭର ଓ କଣ୍ଡକ୍ଟରଙ୍କ ସମେତ ଜଣେ ମହିଳା ଏଥିରେ ଗୁରୁତର ହୋଇଛନ୍ତି। ଖବର ପାଇ ସ୍ଥାନୀୟ ସ୍ଵେଚ୍ଛାସେବୀ ସଂଗଠନର ସଦସ୍ୟ ପହଞ୍ଚି  ସମସ୍ତଙ୍କୁ ଉଦ୍ଧାର କରିବା ସହିତ ପାଣିକୋଇଲି ପୁଲିସକୁ ଖବର ଦେଇଥିଲେ। ସମସ୍ତଙ୍କ ମିଳିତ ସହଯୋଗରେ ଗୁରୁତରମାନଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଚିକିତ୍ସା ପରେ ସମସ୍ତଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି । ଏହି ଦୁର୍ଘଟଣା ଯୋଗୁଁ କିଛି ସମୟ ପାଇଁ ଭୁବନେଶ୍ବର-କଲିକତା ରାସ୍ତାରେ ଗାଡି ଚଳାଚଳ ବନ୍ଦ ରହିଥିବା ବେଳେ ଏବେ ସବୁକିଛି ପରେ ସ୍ଵାଭାବିକ ହୋଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme