Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପିଟାପିଟି ହୋଇ ୨ ଶିକ୍ଷୟିତ୍ରୀ ଲହୁଲୁହାଣ: ତଦନ୍ତ ରିପୋର୍ଟ ପାଇଁ ନିର୍ଦ୍ଦେଶ ଦେଲେ ବିଡିଓ

Posted on January 17, 2026

ବୁର୍ଲା କିର୍ବା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଭାବନୀୟ ଘଟଣା ଘଟିଥିବାର ସୂଚନା ମିଳିଛି। ବିଦ୍ୟାଳୟ ମଧ୍ୟରେ କୌଣସି କାରଣକୁ କେନ୍ଦ୍ରକରି ୨ ଶିକ୍ଷୟିତ୍ରୀଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ହୋଇଥିଲା। ସଂଘର୍ଷରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ତାଙ୍କ ମୁହଁରୁ ରକ୍ତ ସ୍ରାବ ହେଉଥିବାର ଏକ ଭାଇରାଲ ଭିଡିଓ ଏ ମୋବାଇଲରୁ ସେ ମୋବାଇଲକୁ ଘୂରିି ବୁଲୁଛି। ଉକ୍ତ ଭିଡିଓରେ ଉଭୟ ଶିକ୍ଷୟିତ୍ରୀ ନିଜ ନିଜ ମୋବାଇଲ ଛାତ୍ରୀଙ୍କୁ ଦେଇ ଘଟଣାର ଦୃଶ୍ୟ ଉତ୍ତୋଳନ କରିବାକୁ କହୁଥିବା ଦେଖାଯାଇଛି। ତେବେ ମିଳିଥିବା ସୂଚାନା ଅନୁସାରେ, ବିଦ୍ୟାଳୟରେ କୌଣସି ସଫେଇ କାର୍ଯ୍ୟକୁ ନେଇ ଉଭୟ ଶିକ୍ଷୟିତ୍ରୀଙ୍କ ମଧ୍ୟରେ ପ୍ରଥମେ କଥା କଟାକଟି ପରବର୍ତ୍ତୀ ସମୟରେ ଉଗ୍ର ରୂପ ଧାରଣ କରି ମାଡ଼ପିଟରେ ରୂପାନ୍ତରିତ ହୋଇଥିଲା। ତେବେ ଏନେଇ ଥାନାରେ କୌଣସି ମାମଲା ରୁଜୁ ହୋଇ ନ ଥିବା ଖବର ମିଳିଛି। ଅପରପକ୍ଷରେ ଘଟଣାର ତଦନ୍ତ କରି ତିନିଦିନ ମଧ୍ୟରେ ରିପୋର୍ଟ ଦେବାକୁ ବିଆରସିସିଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ବିଇଓ କରନ ଶର୍ମା କହିଛନ୍ତି। ରିପୋର୍ଟ ଆସିବା ପରେ ଆାବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ସମ୍ମୁଖରେ ଶିକ୍ଷୟିତ୍ରୀଙ୍କ ଏଭଳି ମାଡ଼ପିଟକୁ ବିଭିନ୍ନ ମହଲରେ ତୀବ୍ର ସମାଲୋଚନା କରାଯାଇଛି। ଏଭଳି ଘଟଣାରୁ ଛାତ୍ରୀଛାତ୍ର କ’ଣ ଶିକ୍ଷା ଗ୍ରହଣ କରିବେ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସହରବାସୀ ଦାବି କରିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme