
ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୬,୨୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୫,୭୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୬,୨୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୫,୭୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୬,୨୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୫,୭୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୬,୪୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୫,୯୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୭ ,୬୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୭, ୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୬,୨୮୦ ଓ ୧,୧୫,୭୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୬୦,୦୦୦ ଟଙ୍କା ହୋଇଛି ।

