Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପୁଣି ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଥରାଇବ ଜାଡ଼

Posted on January 5, 2026

ସୋମବାରଠାରୁ ରାଜ୍ୟରେ ପୁଣି ଶୀତ ବଢ଼ିବ । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନକୁ ଥରାଇବ ଶୀତ । ପାଣିପାଗ ବିଭାଗ ଏଭଳି ଆକଳନ କରିଛି ।

ସୋମବାର ଫୁଲବାଣୀ, ବୌଦ୍ଧ, ଅନୁଗୁଳ, ସୋନପୁର, ବଲାଙ୍ଗୀର, ଟିଟିଲାଗଡ଼, ନୂଆପଡ଼ା, ନବରଙ୍ଗପୁରରେ ରାତି ତାପମାତ୍ରା ୧୦ରୁ ୧୨ ଡିଗ୍ରୀ ଭିତରେ ରହିବ । ମଙ୍ଗଳବାର ଫୁଲବାଣୀରେ ୮ ଡିଗ୍ରୀ, କୋରାପୁଟରେ ୯, ବୌଦ୍ଧ ଓ ଭବାନୀପାଟଣାରେ ୧୦, ରାଉରକେଲା, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ୧୧, କେନ୍ଦୁଝର, ଢେଙ୍କାନାଳ ଓ ମାଲକାନଗିରିରେ ରାତି ତାପମାତ୍ରା ୧୨ ଡିଗ୍ରୀ ରହିପାରେ ।

୮ ତାରିଖରେ ଅନୁଗୁଳ, ବୌଦ୍ଧ, ଫୁଲବାଣୀ, ଭବାନୀପାଟଣା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଟିଟିଲାଗଡ଼ ଓ ବଲାଙ୍ଗୀରରେ ମଧ୍ୟ ପ୍ରବଳ ଶୀତ ଅନୁଭୂତ ହୋଇପାରେ । ଯାଜପୁର ଓ ନୟାଗଡ଼ରେ ଅତି ଘନ କୁହୁଡ଼ି ରହିପାରେ । ଖୋର୍ଦ୍ଧା, କଟକ, ଗଞ୍ଜାମ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ ସୁନ୍ଦରଗଡ଼ରେ ଘନ କୁହୁଡ଼ି ରହିବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବହୁ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ରହିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଶନିବାର ରାତିରେ ଜି ଉଦୟଗିରିରେ ରାତି ତାପମାତ୍ରା ୬.୪ ଡିଗ୍ରୀ ଥିଲା । କୋରାପୁଟରେ ସ୍ୱାଭାବିକଠାରୁ ୨.୩ ଡିଗ୍ରୀ ଖସି ୧୦.୨ ଡିଗ୍ରୀ ରହିଥିଲା । ଫୁଲବାଣୀରେ ପାରଦ ୮.୫, ସିମିଳିଗୁଡ଼ାରେ ୯.୧, ଝାରସୁଗୁଡ଼ାରେ ୧୧.୫ ଓ ରାୟଗଡ଼ାରେ ୧୨ ଡିଗ୍ରୀ ରହିଥିଲା । ଯାଜପୁରରେ ଘନ କୁହୁଡ଼ି ଯୋଗୁ ଦୃଶ୍ୟମାନ ଦୂରତା ୫୦ ମିଟରରୁ କମ୍ ରହିଥିଲା । ଜଗତସିଂହପୁର, ଭୁବନେଶ୍ୱର, ଗୋପାଳପୁର, ଖୋର୍ଦ୍ଧା, ଢେଙ୍କାନାଳ ଓ ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହୋଇଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme