
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୩,୨୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୨,୯୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୩,୨୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୨,୯୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୩,୨୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୨,୯୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୩,୩୭୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୩,୧୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୪ ,୪୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୪, ୧୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୩,୨୨୦ ଓ ୧,୧୨,୯୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୫୫,୦୦୦ ଟଙ୍କା ହୋଇଛି ।

