Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପୁଣେରେ ଭୟଙ୍କର ସଡ଼କ ଦୁର୍ଘଟଣା: ୮ ମୃତ, ୧୫ ଗୁରୁତର

Posted on November 14, 2025

ମୁମ୍ବାଇ: ବେଙ୍ଗଲୁରୁ ହାଇୱେରେ ପୁଣେ ନିକଟରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୮ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି।

ସୂଚନା ଅନୁଯାୟୀ, ଏକ ମାଲବୋଝା ଟ୍ରକର ବ୍ରେକ୍‌ ଫେଲ୍‌ ହେବାରୁ ଟ୍ରକ୍‌ଟି ଦ୍ରୁତ ଗତିରେ ଆସି ୬ରୁ ଅଧିକ ଗାଡ଼ିକୁ ଧକ୍କା ଦେଇଥିଲା। ଟ୍ରକରେ ଜ୍ୱଳନଶୀଳ ସାମଗ୍ରୀ ଥିବାରୁ ଧକ୍କା ପରେ କେତେକ ଯାନରେ ତୁରନ୍ତ ନିଆଁ ଲାଗିଯାଇଥିଲା। ଏହି ଆଗ୍ନେୟ ଦୁର୍ଘଟଣାରେ ୮ ଜଣ ଜିଅନ୍ତା ଜଳିମରିଥିବା ସୂଚନା ମିଳିଛି।।

ଦମକଳ ବାହିନୀ ଓ ପୋଲିସ ଘଟଣା ସ୍ଥଳକୁ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଆହତମାନଙ୍କୁ ହସ୍ପିଟାଲକୁ ସ୍ଥାନାନ୍ତର କରିଥିଲେ। ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଉତ୍ତେଜନା ସୃଷ୍ଟିହେବାରୁ ପୋଲିସ ପରିସ୍ଥିତି କାବୁ କରିଥିଲା।

ଜଳିଯାଇଥିବା ଗାଡ଼ିଗୁଡ଼ିକୁ ହଟାଇ ରାସ୍ତା ଚଳାଚଳ ସ୍ୱାଭାବିକ କରିବା ପାଇଁ ଉଦ୍ୟମ ଜାରିରହିଛି।

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀଶ ମୃତକଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିବା ସହ ଘଟଣାର ଉଚ୍ଚସ୍ତରୀୟ ତଦନ୍ତର ଆଦେଶ ଦେଇଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme