ପୋଖରୀରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର । ମୃତ୍ୟୁର କାରଣ ଅସ୍ପଷ୍ଟ । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ମୁଦୁଲିପଲ୍ଲୀ ଗାଁ ନିକଟ ଏକ ପୋଖରୀରୁ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ରଞ୍ଜନ ପାତ୍ର ।
ଘଟଣାର ଖବର ପାଇ ଭଂଜନଗର ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି, ମୃତଦେହକୁ ଉଦ୍ଧାର କରିଥିଲେ । ତେବେ କେଉଁ କାରଣରୁ ତାଙ୍କର ମୃତ୍ୟୁ ହୋଇଛି ତାହା ଅସ୍ପଷ୍ଟ । ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି, ଭଂଜନଗର ଥାନା ପୋଲିସ ।
