Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ତେଜିଲା ପ୍ରତିବାଦ

Posted on December 15, 2025

ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ତେଜିଲା ପ୍ରତିବାଦ । ରାଜରାସ୍ତାକୁ ଓହ୍ଲାଇଛନ୍ତି ବିଜେଡି ନେତା । ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନହେବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି । ଭୁବନେଶ୍ବର ଡିଜି କ୍ୟାମ୍ପ ଅଫିସ ଆଗରେ ଧାରଣା ଜାରି ରହିଛି । ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ସମେତ ଧର୍ମଶାଳା ନିର୍ବାଚନମଣ୍ଡଳୀର ଶତାଧିକ ଲୋକ ମଧ୍ୟ ଏହି ଧାରଣାରେ ସାମିଲ ହୋଇଛନ୍ତି ।

ପ୍ରଣବ କହିଛନ୍ତି, ଧର୍ମଶାଳାରେ ଗୁଣ୍ଡାରାଜ ଚାଲିବା ନାହିଁ l ନ୍ୟାୟ ନ ମିଳବା ଯାଏ ଧାରଣା ଉଠିବୁ ନାହିଁ l ତାଙ୍କ ଘର ଭିତରେ ପଶି ମହିଳା, ଯୁବକ, ଛାତ୍ରମାନଙ୍କୁ ମରଣାତ୍ମକ ଆକ୍ରମଣ କରିଥିବା ଅଭିଯୋଗ ସହ ମା’ ମାନଙ୍କୁ ମଧ୍ୟ ଅସଦାଚରଣ କରିବା ଅଭିଯୋଗ ଆଣିଛନ୍ତି । ବିଗତ ଦିନରେ କିଛି କାର୍ଯ୍ୟାନୁଷ୍ଠାନ ହୋଇନଥିବାରୁ ସେମାନଙ୍କ ସାହସ ବଢୁଛି ବୋଲି କହିଛନ୍ତି ପ୍ରଣବ । ଧର୍ମଶାଳାରେ ଅରାଜକତା ଚରମ ସୀମାରେ ପହଞ୍ଚିଥିବା ଅଭିଯୋଗ କରିଛନ୍ତି । ଗତକାଲି ରାତିରୁ ଧାରଣା ଦେଇଛନ୍ତି ବିଜେଡି ନେତା । ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଜଣେ ସମର୍ଥକଙ୍କ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ଆଣି ଶତାଧିକ କର୍ମୀ ଜେନାପୁର ଥାନା ସମ୍ମୁଖରେ ଧାରଣାରେ ବସିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme