Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପ୍ରତିଷ୍ଠା ଦିବସ ପରେ ବିଜେଡି କଲା ବଡ଼ ଘୋଷଣା

Posted on December 28, 2025

ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ କରିଛନ୍ତି। ଏହି ଜିଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଗଜପତି, ଅନୁଗୋଳ, ମାଲକାନଗିରି, ସୋନପୁର, ଝାରସୁଗୁଡ଼ା ଏବଂ ଦେବଗଡ଼ ରହିଛି। ବୌଦ୍ଧ ଜିଲା ଲାଗି ୮ ଉପସଭାପତି, ୯ ସାଧାରଣ ସମ୍ପାଦକ, ଜଣେ କୋଷାଧ୍ୟକ୍ଷ ଏବଂ ୧୭ ଜଣ ସମ୍ପାଦକ ଭାବେ ଦାୟିତ୍ୱ ପାଇଛନ୍ତି। କନ୍ଧମାଳରେ ୮ ଉପସଭାପତି, ୨୧ ସାଧାରଣ ସମ୍ପାଦକ, ଜଣେ କୋଷାଧ୍ୟକ୍ଷ ଏବଂ ୨୦ ସମ୍ପାଦକ, ଦେବଗଡ଼ ଜିଲା ପାଇଁ ୪ ଉପସଭାପତି, ୪ ସାଧାରଣ ସମ୍ପାଦକ, ଜଣେ କୋଷାଧ୍ୟକ୍ଷ ଏବଂ ୮ ସମ୍ପାଦକ ଭାବେ ନିଯୁକ୍ତି ପାଇଛନ୍ତି। ଗଜପତି ଜିଲାରେ ୧୩ ଉପସଭାପତି, ୧୨ ସାଧାରଣ ସମ୍ପାଦକ, ଜଣେ କୋଷାଧ୍ୟକ୍ଷ ଏବଂ ୧୪ ସମ୍ପାଦକ ଭାବେ ଦାୟିତ୍ୱ ପାଇଛନ୍ତି। କେନ୍ଦୁଝର ଜିଲା ଲାଗି ୧୪ ଜଣ ଉପସଭାପତି, ୨୯ ସାଧାରଣ ସମ୍ପାଦକ, ଜଣେ କୋଷାଧ୍ୟକ୍ଷ ଏବଂ ୫ ଜଣ ସମ୍ପାଦକ ଭାବେ ନିଯୁକ୍ତି ପାଇଛନ୍ତି। ଅନୁଗୋଳ ଜିଲାରେ ୧୦ ଜଣ ଉପସଭାପତି, ୧୨ ଜଣ ସାଧାରଣ ସମ୍ପାଦକ, ଜଣେ କୋଷାଧ୍ୟକ୍ଷ ଏବଂ ୧୬ ଜଣଙ୍କୁ ସମ୍ପାଦକ ଭାବେ ନିଯୁକ୍ତି ମିଳିଛି। ମାଲକାନଗିରିରେ ୨ ଉପସଭାପତି, ୯ ସାଧାରଣ ସମ୍ପାଦକ, ଜଣେ କୋଷାଧ୍ୟକ୍ଷ, ୧୯ ଜଣ ସମ୍ପାଦକ ଭାବେ ନିଯୁକ୍ତ ହୋଇଛନ୍ତି। ସୁନ୍ଦରଗଡ଼ ଜିଲାରେ ୧୨ ଉପସଭାପତି, ୧୧ ସାଧାରଣ ସମ୍ପାଦକ, ଜଣେ କୋଷାଧ୍ୟକ୍ଷ ଏବଂ ୨୨ ଜଣ ସମ୍ପାଦକ ଭାବେ ଦାୟିତ୍ୱ ପାଇଛନ୍ତି। ଝାରସୁଗୁଡ଼ା ଜିଲାରେ ୭ ଉପସଭାପତି, ୪ ସାଧାରଣ ସମ୍ପାଦକ, ଜଣେ କୋଷାଧ୍ୟକ୍ଷ ଏବଂ ୧୪ ଜଣ ସମ୍ପାଦକ ଦାୟିତ୍ୱ ପାଇଛନ୍ତି। କଳାହାଣ୍ଡି ପାଇଁ ୯ ଉପସଭାପତି, ୯ ସାଧାରଣ ସମ୍ପାଦକ, ଜଣେ କୋଷାଧ୍ୟକ୍ଷ ଓ ୩୧ ଜଣ ସମ୍ପାଦକ ଭାବେ ନିଯୁକ୍ତ ହୋଇଛନ୍ତି। ସୋନପୁର ଲାଗି ୧୧ ଉପସଭାପତି, ୧୨ ସାଧାରଣ ସମ୍ପାଦକ, ଜଣେ କୋଷାଧ୍ୟକ୍ଷ ଏବଂ ୨୫ ଜଣ ସମ୍ପାଦକ ଭାବେ ନିଯୁକ୍ତ ହୋଇଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme