Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପ୍ରବଳ ବର୍ଷାରେ ଉବୁଟୁବୁ କୋଲକାତା

Posted on September 23, 2025

ପ୍ରବଳ ବର୍ଷାରେ ଉବୁଟୁବୁ କୋଲକାତା । ସହରର ଚାରିଆଡେ ପାଣି ଆଉ ପାଣି । ବୁଡ଼ିଲା ରାସ୍ତା ଘାଟ, ଘରେ ପଶିଲା ପାଣି । ବର୍ଷା ବିତ୍ପାତ ଯୋଗୁଁ ୫ ଜଣଙ୍କ ମୃତ୍ୟୁ ହୋଇଛି । ଗତକାଲିଠାରୁ ଲଗାଣ ବର୍ଷା ଜାରି ରହିଛି । ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସୃଷ୍ଟି ହୋଇଛି । ଯାହାଦ୍ୱାରା ସ୍ଥାନୀୟ ବାସିନ୍ଦାଙ୍କ ଜୀବନ କଷ୍ଟକର ହୋଇଯାଇଛି । ତଳିଆ ଅଞ୍ଚଳ ମାନଙ୍କରେ ପାଣି ଜମି ରହିଛି । ଦୁର୍ଗା ପୂଜା ପ୍ରସ୍ତୁତିରେ ବଡ଼ ବାଧକ ସାଜିଛି ବର୍ଷା । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଲିପୁରରେ ୨୪୭ ମିଲିମିଟର ବର୍ଷା ରକେର୍ଡ ହୋଇଛି ।
ଗରିଆ କମଦାହାରିରେ ୩୩୨ ମିଲିମିଟର, ଯୋଧପୁରରେ ୨୮୫, କାଳୀଘାଟରେ ୨୮୦ ଓ ତପସିଆରେ ୨୭୫ , ବେଲିଗଞ୍ଜରେ ୨୬୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ବର୍ଷା ଯୋଗୁଁ ହାୱଡ଼ା ଷ୍ଟେସନ, ସିଆଲଦା ସାଉଥ ଷ୍ଟେସନ ଓ ଚିତପୁର ନର୍ଥ କ୍ୟାବିନ ଅଞ୍ଚଳରେ ରେଳ ଚଳାଚଳ ଗଭୀର ଭାବେ ପ୍ରଭାବିତ ହୋଇଛି । କୋଲକାତା ମେଟ୍ରୋ ସର୍ଭିସ ମଧ୍ୟ ପ୍ରଭାବିତ ହୋଇଛି । ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ବିଭିନ୍ନ ସ୍ଥାନରେ ପମ୍ପ ଲଗାଇ ଜଳ ନିଷ୍କାସନ କରାଯାଉଛି ।
ମଙ୍ଗଳବାର ଦିନ ରାତିସାରା କୋଲକାତା ଏବଂ ଏହାର ଆଖପାଖ ଅଞ୍ଚଳରେ ମୁଷଳଧାରାରେ ବର୍ଷା ହେବା ଫଳରେ ସାଧାରଣ ଜୀବନଯାତ୍ରା ଠପ୍ ହୋଇଯାଇଛି । ଭାରତୀୟ ପାଣିପାଗ ବିଭାଗ ସତର୍କ କରାଇଛି ଯେ ଉତ୍ତର-ପୂର୍ବ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଏକ ଲଘୁଚାପ କ୍ଷେତ୍ର ଦକ୍ଷିଣ ବଙ୍ଗର ଅନେକ ଜିଲ୍ଲାରେ ଅଧିକ ପ୍ରବଳ ବର୍ଷା କରାଇପାରେ । ଏହା ବ୍ୟତୀତ, ସେପ୍ଟେମ୍ବର ୨୫ ତାରିଖ ପାଖାପାଖି ପୂର୍ବ-କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି, ଯାହା ବର୍ଷାକୁ ଆହୁରି ତୀବ୍ର କରିପାରେ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme