Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ,  ଜିଲ୍ଲାକୁ ରେଡ୍ ଆଲର୍ଟ

Posted on September 27, 2025

 

ଶନିବାର ଦକ୍ଷିଣ ଓଡ଼ିଶାରେ  ନିର୍ଧୁମ ବର୍ଷା ହୋଇପାରେ । ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି ଓ ନୂଆପଡ଼ାରେ  ପ୍ରବଳ ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ  ବହିପାରେ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି ।   ଉତ୍ତର ପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ  ବଙ୍ଗୋପସାଗରରେ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ  ଅପରାହ୍ନରେ ଅବପାତରେ ପରିଣତ ହୋଇଛି ।

୨୭  ତାରିଖ ସକାଳ ସୁଦ୍ଧା ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର  ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ  ଆକଳନ କରିଛି । ଏହା ପୁରୀରୁ ୬୦କିମି, ଗୋପାଳପୁରରୁ  ୧୩୦ ଓ ପାରାଦୀପରୁ ୨୩୦ କିମି ଦୂରରେ ଅଛି । ୨୭ରେ  ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଘଡ଼ଘଡ଼ି ସହ   ପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର  ଅଳ୍ପ କିଛି ସ୍ଥାନରେ ମଧ୍ୟ ବିକ୍ଷିପ୍ତ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ  ଆକଳନ କରିଛି । ୨୮ ତାରିଖରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଳ୍ପ କିଛି  ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

 ସୋଆ ଜଳବାୟୁ ଓ ପରିବେଶ  କେନ୍ଦ୍ର(ସିଇସି)ର ପୂର୍ବାନୁମାନ କହୁଛି, ଆସନ୍ତା ୨୭ ତାରିଖ ଅପରାହ୍ନରୁ  ୩୦ ତାରିଖ ଯାଏ ରାଜ୍ୟରେ ଭଲ ପାଗ ହେବ । ବର୍ଷା କମିବା ସହ ପାଗ ଭଲ  ରହିବ । ସିଇସି ନିର୍ଦ୍ଦେଶକ ଡ. ଶରତ ସାହୁ ଆକଳନ କରି କହିଛନ୍ତି, ୩୦  ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ।

୧ ତାରିଖ ବେଳକୁ ଏହା ଲଘୁଚାପ ରୂପ ନେବ । ଏହା ଉତ୍ତର-ପଶ୍ଚିମ ଦିଗରେ  ମୁହାଁଇପାରେ । ପାଣିପାଗ ସ୍ଥିତି ଅନୁକୂଳ ରହିଲେ ୨ ତାରିଖ ବେଳକୁ ଏହା  ଅବପାତ ରୂପ ନେଇ ୩ ତାରିଖ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ  ଅତିକ୍ରମ କରିବ । ଏହା ପ୍ରଭାବରେ ୨ ଓ ୩ ତାରିଖରେ ଉତ୍ତର ଓଡ଼ିଶା ଓ ଉପକୂଳ  ଓଡ଼ିଶାର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ,  ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଢେଙ୍କାନାଳ, ସୁନ୍ଦରଗଡ଼,  ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଅନୁଗୁଳ  ଓ ନୂଆପଡ଼ାରେ ବର୍ଷା ସମ୍ଭାବନା ଅଛି ।  

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ
  • ପିଟାପିଟି ହୋଇ ୨ ଶିକ୍ଷୟିତ୍ରୀ ଲହୁଲୁହାଣ: ତଦନ୍ତ ରିପୋର୍ଟ ପାଇଁ ନିର୍ଦ୍ଦେଶ ଦେଲେ ବିଡିଓ
  • ଆସନ୍ତାକାଲି ହୀରାକୁଦରେ ବିଦେଶୀ ପକ୍ଷୀ ଗଣନା…
  • ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,500)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme