Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବଡ଼ ଦୁର୍ଘଟଣା:ସିଲିଣ୍ଡର ବୋଝେଇ ଏକ ଟ୍ରକରେ ନିଆଁ ଲାଗି ବିସ୍ଫୋରଣ, ଜଣେ ମୃତ

Posted on October 8, 2025

ଜୟପୁର-ଆଜମେର ରାସ୍ତାରେ ବଡ଼ ଅଘଟଣ। ସିଲିଣ୍ଡର ବୋଝେଇ ଏକ ଟ୍ରକରେ ନିଆଁ ଲାଗି ବିସ୍ଫୋରଣ। ଫଳରେ ଜଣିଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସେହିପରି ଏନେଇ ଯାନବାହନ ପ୍ରଭାବିତ ହୋଇଥିବା ଆଶଙ୍କା କରାଯାଉଛି। ଘଟଣା ସମ୍ପର୍କରେ ସୂଚନା ପାଇ ସ୍ଥାନୀୟ ପୁଲିସ ଏବଂ ଅଗ୍ନିଶମ ବାହିନୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। 

ସୂଚନା ମୁତାବକ, ମଙ୍ଗଳବାର ବିଳମ୍ବିତ ରାତିରେ ଜୟପୁର-ଆଜମେର ରାଜପଥର ସାୱାର୍ଦା କଲଭର୍ଟ ନିକଟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି। ଏନେଇ ଜୟପୁର କଲେକ୍ଟର ଜିତେନ୍ଦ୍ର କୁମାର ସୋନି କହିଛନ୍ତି ଯେ, ଏକ  ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକ୍ ଏବଂ ଏକ ରାସାୟନିକ ଟ୍ୟାଙ୍କର ମଧ୍ୟରେ ଧକ୍କା ହେବା ଫଳରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଏହି ଘଟଣା ପରେ ରାଜପଥରେ ଯାନବାହାନର ଲମ୍ବା ଧାଡ଼ି ଲାଗି ରହିଥିଲା। ସୂଚନା ଅନୁଯାୟୀ ଦୁଇଟି ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଥିଲା, ଯାହା ଫଳରେ ଗୋଟିଏ ଟ୍ରକରେ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡ ଯୋଗୁଁ ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ୟାଙ୍କରଟି ଓଲଟି ପଡ଼ିଥିଲା, ଯାହା ଫଳରେ ଏକ ଜୋରଦାର ବିସ୍ଫୋରଣ ହୋଇଥିଲା। 

ଏହି ଘଟଣା ପରେ ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶର୍ମା ଦୁର୍ଘଟଣା ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ସେ ଜିଲ୍ଲା କଲେକ୍ଟର ଏବଂ ପୁଲିସ ଅଧୀକ୍ଷକଙ୍କ ସହ କଥା ହୋଇ ସେମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏଥିରେ ୨୦ଟି ଯାନ ପ୍ରଭାବିତ ହୋଇଥିବା ସୂଚନା ମିଳିଛି।ରାଜସ୍ଥାନର ଉପମୁଖ୍ୟମନ୍ତ୍ରୀ ଡକ୍ଟର ପ୍ରେମ ଚାନ୍ଦ ବୈରୱା ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରି କହିଛନ୍ତି, “ଜୟପୁର-ଆଜମେର ରାଜପଥର ମୋଜମାବାଦ ଅଞ୍ଚଳର ସାୱାର୍ଦା କଲଭର୍ଟ ନିକଟରେ ଏକ ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକ୍ ଅନ୍ୟ ଏକ ଟ୍ରକ୍ ସହିତ ଧକ୍କା ହେବା ପରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଏନେଇ ସୂଚନା ପାଇ ପୁଲିସ, ପ୍ରଶାସନ ଏବଂ ଅଗ୍ନିଶମ ବିଭାଗ ଟିମ ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି ଏବଂ ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ପ୍ରୟାସ ଜାରି ରହିଛି।”

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme