
ବଢ଼ିଛି ସୁନା ଏବଂ ରୂପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୬,୪୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୦୬,୭୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୧୬,୪୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୦୬,୭୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୧୬,୪୦୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୦୬,୭୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୧୬,୫୫୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୦୬,୦୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୧୬,୭୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୦୭,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧, ୧୬,୪୦୦ ଓ ୧,୦୬,୭୦୦ ଟଙ୍କା ରହିଛି ।
ଅନ୍ୟପଟେ ରୂପା ମୂଲ୍ୟ କିଲୋ ପିଛା ୧, ୫୦,୦୦୦ ଟଙ୍କା ହୋଇଛି ।
