Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ…

Posted on December 25, 2025

ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ ସମେତ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି।
ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି, ଓଡ଼ିଶାର ବରପୁତ୍ର, ସ୍ୱାଧୀନତା ସଂଗ୍ରାମୀ, କବି, ସାହିତି୍ୟକ, ଶିକ୍ଷାବିତ୍‌, ସମାଜ ସୁଧାରକ ଏବଂ ମହାନ୍‌ ବ୍ୟକ୍ତିତ୍ୱମାନେ ଓଡ଼ିଶାର ସାମାଜିକ-ସାଂସ୍କୃତିକ-ସାହିତି୍ୟକ ପରିବେଶକୁ ଗଢ଼ିଥିଲେ। ସେମାନଙ୍କର ଜୀବନବ୍ୟାପୀ ସାଧନା ଓ ବଳିଦାନକୁ ସ୍ମରଣ କରି ସେମାନଙ୍କ ସ୍ମୃତିକୁ ପରପିଢ଼ି ପାଇଁ ସାଇତି ରଖିବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି।
ମୁଖ୍ୟ ସଚିବ କହିଛନ୍ତି, ସାହସ, ସଂକଳ୍ପ ଏବଂ ଦୃଷ୍ଟିକୋଣ ଓଡ଼ିଆ ଜାତିର ସ୍ୱାଧୀନତା ଓ ସାର୍ୱଭୌମତ୍ୱ ପାଇଁ ଭିତ୍ତି ତିଆରି କରିଥିଲା। ଓଡ଼ିଶାର ବରପୁତ୍ର ତଥା ସ୍ୱାଧୀନତା ସେନାନୀମାନଙ୍କୁ ସ୍ମରଣ କରିବା ଓ ସମ୍ମାନିତ କରିବା ଦ୍ୱାରା ସେମାନଙ୍କ ବଳିଦାନକୁ ସ୍ୱୀକୃତି ମିଳିବ। ନାଗରିକମାନେ ସେମାନଙ୍କର ମୂଲ୍ୟବୋଧ ଓ ସିଦ୍ଧାନ୍ତକୁ ଅନୁସରଣ କରି ସାମାଜିକ ଉନ୍ନତି ପାଇଁ କାର୍ଯ୍ୟ କରିବାକୁ ପ୍ରେରିତ ହେବେ। ସେମାନଙ୍କ ଅବଦାନ ପରପିଢ଼ିକୁ ପ୍ରେରିତ ଓ ଅନୁପ୍ରାଣିତ କରିବା ପାଇଁ ସେମାନଙ୍କର ସ୍ମୃତିକୁ ଉଜ୍ଜୀବିତ କରି ରଖିବାର ଆବଶ୍ୟକତାକୁ ଗୁରୁତ୍ୱପୂର୍ଣ୍ଣ ମନେକରି ରାଜ୍ୟରେ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ ଲାଗୁ କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଯୋଜନା ଅଧୀନରେ ବରପୁତ୍ରମାନଙ୍କ ବାସଗୃହକୁ ସଂଗ୍ରହାଳୟ ଭାବେ ବିକାଶ କରାଯିବ। ବ୍ୟାଖ୍ୟାନ କେନ୍ଦ୍ର,
ଗ୍ରନ୍ଥାଗାର, ସମ୍ମିଳନୀ କକ୍ଷ, ମୁକ୍ତାକାଶ ରଙ୍ଗମଞ୍ଚ, ଶିଶୁ ଉଦ୍ୟାନ ସ୍ଥାପନ ସହିତ ଅନ୍ୟାନ୍ୟ ଆନୁଷଙ୍ଗିକ ବିକାଶ କରାଯିବ। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି/ସ୍ମାରକୀ ସ୍ଥାପନ କରାଯିବ। ସ୍ଥାନୀୟ ଜୀବିକାକୁ ପ୍ରୋତ୍ସାହନ ଦେବା ପାଇଁ ସ୍ଥାନୀୟ ପ୍ରସିଦ୍ଧ ବ୍ୟଞ୍ଜନ, ହସ୍ତକଳା ଓ ହସ୍ତଶିଳ୍ପ ଉତ୍ପାଦ ଆଦିର ବିକ୍ରୟ କେନ୍ଦ୍ର ସ୍ଥାପନ କରାଯିବ। ସେମାନଙ୍କ ଜୀବନୀ ଉପରେ ବିଭିନ୍ନ ସମ୍ମିଳନୀ, ଚର୍ଚ୍ଚା, ଆଲୋଚନା ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇ ସେମାନଙ୍କର ଆଦର୍ଶ, ପ୍ରେରଣା ଓ ମୂଲ୍ୟବୋଧର ପ୍ରଚାର ପ୍ରସାର କରାଯିବ। ପ୍ରଥମ ପର୍ଯ୍ୟାୟରେ ଏହି ଯୋଜନା ନିମନ୍ତେ ୨୫ ଜଣ ବରପୁତ୍ରଙ୍କ ନାମ ନିର୍ଦ୍ଧାରିତ ହୋଇଛି। ପ୍ରତ୍ୟେକ ବରପୁତ୍ରଙ୍କ ଜନ୍ମସ୍ଥାନର ଉନ୍ନତୀକରଣ ନିମନ୍ତେ ଆବଶ୍ୟକତା ଅନୁଯାୟୀ ସର୍ୱାଧିକ ୧୫ କୋଟି ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରାଯିବ। ଏହି ଯୋଜନାର ପ୍ରଥମ ପର୍ଯ୍ୟାୟରେ ୨୫ ଜଣ ବରପୁତ୍ରଙ୍କ ଜନ୍ମସ୍ଥାନର ଉନ୍ନତୀକରଣ ନିମନ୍ତେ ସର୍ୱାଧିକ ୩୪୫ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ମୁଖ୍ୟ ସଚିବ କହିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme