Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବରଯାତ୍ରୀଙ୍କ ଉପରେ ମାଡ଼ିଗଲା କାର୍

Posted on November 26, 2025

ବାହା ହେବାକୁ ବରବେଶରେ ବାଣଫୁଟାଇ ନାଚି ନାଚି ବରଯାତ୍ରୀଙ୍କ ମେଳରେ କନ୍ୟା ଘରକୁ ଯାଉଥିଲେ ଯୁବକ। ସେହି ସମୟରେ ଘଟିଥିଲା ବଡ଼ ଅଘଟଣ। ବରଯାତ୍ରୀଙ୍କ ଉପରେ ମାଡ଼ିଗଲା ବର ବସିଥିବା କାର୍। ଦୁର୍ଘଟଣାରେ ବରର ବାପାଙ୍କ ମୃତ୍ୟୁ ହୋଇଥିବା ବେଳେ ନବବଧୂଙ୍କ ଭାଇ ଗୁରୁତର ଆହତ ହୋଇଛନ୍ତି । ହର୍ଷ ଉଲ୍ଲାସରେ ଚାଲିଥିବା ବାହାଘରରେ ଚାହୁଁଚାହୁଁ ଦୁଃଖର ବାତାବରଣ ଖେଳିଗଲା। ବଲାଙ୍ଗୀର ଉପଖଣ୍ଡ ବେଲପଡ଼ା ଥାନା ମଣ୍ଡଳ ଗାଁରେ ଘଟିଛି ଏହି ଦୁର୍ଘଟଣା । 

ତେବେ ଅଘଟଣ ପରେ ବି ଉଭୟ ପକ୍ଷର ସହମତିରେ ବିବାହ କାର୍ଯ୍ୟ ସଂପନ୍ନ ହୋଇଛି। ମୃତକ ହେଉଛନ୍ତି ଲୋଇସିଂହା ଥାନା ଆମପାଲି ଗାଁର ଘିବଲୁ ବାଗ। ସୂଚନା ଅନୁସାରେ ଆମପାଳି ଗାଁରୁ ବେଲପଡ଼ ଥାନା ଅନ୍ତର୍ଗତ ମଣ୍ଡଳ ଗାଁକୁ ବରଯାତ୍ରୀ ଦଳ ଆସିଥିଲେ। ବାଣ ଫୁଟାଇ ବାଜା ବଜାଇ ବର ଶୋଭାଯାତ୍ରା ଆରମ୍ଭ ହୋଇଥିଲା । ଆଗରେ ଲୋକ ନାଚି ନାଚି ଯାଉଥିଲେ, ପଛରେ ଥିବା ବର ଗାଡ଼ିରେ ବସିଯାଉଥିଲେ।

ରାତି ସାଢେ ୧୧ଟାରେ ହଠାତ୍ ବର ବସିଥିବା କାର୍ ଆଗରେ ଥିବା ବରଯାତ୍ରୀ ଦଳ ଉପରକୁ ମାଡ଼ିଯାଇଥିଲା। ଗାଡ଼ି ଚାପାରେ ବରର ବାପାଙ୍କ ମୃତ୍ୟୁ ହୋଇଥିବା ବେଳେ ନବବଧୂଙ୍କ ଭାଇ ଗୁରୁତର ଆହତ ହୋଇଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି।

ତେବେ ଏଭଳି ଅଘଟଣ ପରେ ବି ଉଭୟ ପକ୍ଷର ସହମତିରେ ବରକନ୍ୟାଙ୍କ ବାହାଘର ସୁଚାରୁ ରୂପେ ସଂପନ୍ନ ହୋଇଥିଲା। ଗାଁରେ ଶୋକାକୁଳ ପରିବେଶ ଦେଖିବାକୁ ମିଳିଛି।  

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme