Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବରଯାତ୍ରୀ ଗାଡି ଦୁର୍ଘଟଣା ଗ୍ରସ୍ତ। ଦୁର୍ଘଟଣାରେ ୧ ମୃତ ୫ ଜଣ ଗୁରୁତର।

Posted on January 24, 2026

ଢେଙ୍କାନାଳ ଜିଲ୍ଲା ମହାବିରୋଡ ଥାନା ବିରିବୋଲେଇ ଗାଁ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ବରଯାତ୍ରୀ ମୃତ୍ୟୁ ବରଣ କରିଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ ପରଜଙ୍ଗ ଥାନା ବସୁଲେଇ ଗାଁର ଭ୍ରମର ବେହେରା। ଅନ୍ୟ ଗୁରୁତର ୫ ଜଣ ହେଲେ ବସୁଲେଇ ଗାଁର କମଳ ବେହେରା,ନିଧି ବେହେରା,ବିନୟ ବେହେରା,ପବିତ୍ର ବେହେରା, ଏବଂ କାର ଡ୍ରାଇଭର ତପୁ ରାଉତ।ସମସ୍ତଙ୍କୁ ମହାବିରୋଡ ଥାନା ଗାଡ଼ିରେ ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି।ତେବେ ବସୁଲେଇ ଗାଁରୁ ଏକ ବିବାହ ପଙ୍ଗାତିରା ଗାଁକୁ ଯାଇଥିଲା। ସେଠାରେ ବିବାହ ସାରି ଏକ ହୋଣ୍ଡା ସିଟି ଗାଡି ବସୁଲେଇ ଗାଁକୁ ଫେରୁଥିବା ବେଳେ ଅସାବଧାନତା କାରଣରୁ ରାସ୍ତା କଡରେ ଥିବା ଏକ ବଡ଼ ଶାଳ ଗଛରେ ପିଟି ହୋଇ ଯାଇଥିଲେ। ଘଟଣା ସ୍ଥଳରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ବରଯାତ୍ରୀ ମାନେ ପଡ଼ିଥିବା ନେଇ ସ୍ଥାନୀୟ ଲୋକମାନେ ପୋଲିସକୁ ଖବର ଦେଇଥିଲେ। ତେବେ ୧୦୮ ଆମ୍ବୁଲାନ୍ସ ଆସିବାରେ ବିଳମ୍ବ ହେବାରୁ ସମସ୍ତଙ୍କୁ ପୋଲିସ ଗାଡି ସହାୟତାରେ ପରଜଙ୍ଗ ମେଡିକାଲରେ ଭର୍ତ୍ତି କରାଯାଇଥିଲା।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme