Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବର୍ଷିଲେ ପିସିସି ସଭାପତି, ଗୁମର ଖୋଲି କହିଲେ..

Posted on December 16, 2025

କଂଗ୍ରେସରୁ ମହମ୍ମଦ ମୋକିମଙ୍କ ବହିଷ୍କାର ପରେ ପିସିସି ସଭାପତି ଭକ୍ତ ଦାସ ପ୍ରତିକ୍ରିୟା ଦେଇଛନ୍ତି। ସାମ୍ବାଦିକଙ୍କ ପ୍ରଶ୍ନରେ ସେ କହିଛନ୍ତି, ମହମ୍ମଦ ମୋକିମ କିଏ, ମାତ୍ର ଗୋଟିଏ ଥର ବିଧାନସଭା ନିର୍ବାଚନ ଜିତିଛନ୍ତି। ନିଜ କଥା ରଖିବାର ସବୁ ସଦସ୍ୟଙ୍କ ନିକଟରେ ଅଧିକାର ଅଛି। ଦଳୀୟ ନେତୃତ୍ୱ ସେମାନଙ୍କ କଥା ନିଶ୍ଚିତ ଶୁଣିବେ। ସୋନିଆଙ୍କୁ ଚିଠି ଲେଖିବାରେ କୌଣସି ସମସ୍ୟା ନାହିଁ। କିନ୍ତୁ ଚିଠିକୁ ମିଡିଆରେ ପ୍ରଘଟ କରିବାର କ’ଣ ଆବଶ୍ୟକତା ଥିଲା। କାରଣ ସେ ଦଳରେ ରହିବାକୁ ଚାହୁଁ ନ ଥିଲେ।
ରାହୁଲ ଗାନ୍ଧୀଙ୍କ ବିଷୟରେ ସେ କ’ଣ ଜାଣନ୍ତି ବୋଲି ଭକ୍ତ ପ୍ରଶ୍ନ କରିଛନ୍ତି। ରାହୁଲ ଦେଶ ସାରା ପଦଯାତ୍ରା କରି ଲୋକଙ୍କୁ ସଚେତନ କଲେ। ଏହା କ’ଣ କଠିନ ପରିଶ୍ରମ ନୁହେଁ, ଚିଠି ଲେଖି ସେ ରାହୁଲଙ୍କୁ ଗାଇଡ କରିବେ। ଏହା ବିରୋଧୀଙ୍କ କାମ କହି ମୋକିମଙ୍କୁ ସମାଲୋଚନା କରିଛନ୍ତି ଭକ୍ତ। ଯଦି କେହି ନିଜ ନେତାଙ୍କ କଠିନ ପରିଶ୍ରମ ଓ ତ୍ୟାଗ ଦେଖିପାରୁନି, ସେମାନଙ୍କୁ କଣ କୁହାଯିବ।

ସୂଚନାଯୋଗ୍ୟ, ନୂଆପଡ଼ା ଉପନିର୍ବାଚନ ପରେ କଂଗ୍ରେସରେ ଏକପ୍ରକାର ଅସନ୍ତୋଷର ବାତାବରଣ ସୃଷ୍ଟି ହୋଇଛି। କିଛିଦିନ ପୂର୍ବରୁ କଂଗ୍ରେସର ଜାତୀୟ ଏବଂ ରାଜ୍ୟସ୍ତରୀୟ ନେତୃବୃନ୍ଦଙ୍କ ଉପରେ ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ପ୍ରଶ୍ନ ଉଠାଇବା ମହଙ୍ଗା ସାବ୍ୟସ୍ତ ହୋଇଛି। ପିସିସିର ସୁପାରିସକୁ ଅଖିଳ ଭାରତୀୟ କଂଗ୍ରେସ କମିଟି(ଏଆଇସିସି) ଅନୁମୋଦନ କରିବା ପରେ ପିସିସି ସଭାପତି ଭକ୍ତ ଚରଣ ଦାସ ଦଳର ପ୍ରାଥମିକ ସଦସ୍ୟ ପଦରୁ ମୋକିମ୍‌ଙ୍କୁ ବହିଷ୍କାର କରିଛନ୍ତିି। ଏସଂକ୍ରାନ୍ତରେ ଡିସେମ୍ବର ୧୩ରେ ଭକ୍ତ ନିର୍ଦ୍ଦେଶନାମା ଜାରି କରିଛନ୍ତି।
ମୋକିମ୍‌ଙ୍କ ଏଭଳି ହୁଙ୍କାପିଟା ନୀତିକୁ କେତେକ ବରିଷ୍ଠ କଂଗ୍ରେସ ନେତା ସମାଲୋଚନା କରୁଥିବାବେଳେ ଆଉ କେତେକ ଏହାର ପୁନର୍ବିଚାର କରିବା ଦଳ ପାଇଁ ଠିକ୍‌ ହେବ ବୋଲି କହୁଛନ୍ତି। ଏହି ପରିପ୍ରେକ୍ଷୀରେ ମୋକିମ୍‌ ଖବରଦାତା ସମ୍ମିଳନୀରେ କହିଛନ୍ତି, ମୁଁ ରାଜନୀତିରେ ଥିଲି, ଅଛି ଏବଂ ଆଗକୁ ରହିବି। ସେ କହିଛନ୍ତି, ୨୪ ଘଣ୍ଟା ସମାଜ ପାଇଁ କାମ କରିବି, ରାଜନୀତି ଗୋଟିଏ ପ୍ଲାଟଫର୍ମ। ତେବେ ସମର୍ଥକ, ଶୁଭେଚ୍ଛୁଙ୍କ ସହ ଆଲୋଚନା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ। ସେ କହିଛନ୍ତି, ଶେଷ ନିଃଶ୍ବାସ ପର୍ଯ୍ୟନ୍ତ କଟକ ଓ ଓଡ଼ିଶାବାସୀଙ୍କ ପାଇଁ କାମ କରିବି। ଜାତୀୟ ଏବଂ ରାଜ୍ୟ ନେତୃବୃନ୍ଦଙ୍କୁ ନେଇ ଯେଉଁ ପ୍ରଶ୍ନ ଉଠାଇଛିି ତାହା କେବଳ ଦଳକୁ ଆଗାମୀ ଦିନରେ ସୁସଂଗଠିତ କରିବାପାଇଁ ବୋଲି ମୋକିମ୍‌ କହିଛନ୍ତି।
ସେ କହିଛନ୍ତି, କଂଗ୍ରେସ ମୋତେ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରିଛି, କିନ୍ତୁ ମୋ ବିଚାରଧାରାରୁ କଂଗ୍ରେସକୁ କେହି ଦୂରେଇ ପାରିବେ ନାହିଁ। ଦଳକୁ ଆଇନ ଦେଖାଇବାରୁ ଯଦି କାର୍ଯ୍ୟାନୁଷ୍ଠାନ ହୋଇଛି, ଏହାକୁ ଗ୍ରହଣ କରୁଛି। ଆମେ ରାହୁଲଙ୍କୁ ଅନୁସରଣ କରୁଥିଲୁ। ସେ କୁହନ୍ତି କଂଗ୍ରେସ କାହାକୁ ଡରେନାହିଁ। ତେଣୁ ମୁଁ କାହାକୁ ନ ଡରି ଚିଠି ଲେଖିଥିଲି, କିନ୍ତୁ ମୋ ଉପରେ କାର୍ଯ୍ୟାନୁଷ୍ଠାନ ହେଲା। ଯାହା କରିଛି ସେଥିରେ ଅନୁଶୋଚନା ନାହିଁ, ଆଗକୁ କଂଗ୍ରେସ ପାଇଁ ଭଲ ହେବ ବୋଲି ଆଶା କରୁଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme