Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବଳ ଗୋଟାଉଛି ବାତ୍ୟା ‘ଶକ୍ତି’, ଘଣ୍ଟା ପ୍ରତି ୬୫ କିମି ବେଗରେ ବହୁଛି ପବନ

Posted on October 4, 2025

ମାଡ଼ି ଆସୁଛି ବାତ୍ୟା ‘ଶକ୍ତି’। ଆରବ ସାଗରରେ ବଳ ଗୋଟାଉଛି ବାତ୍ୟା ‘ଶକ୍ତି’ । ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ଏହା ନାଲିୟାଠାରୁ ୨୭୦ କିଲୋମିଟର ଦକ୍ଷିଣ-ପଶ୍ଚିମରେ ରହିଛି । ପଶ୍ଚିମ-ଦକ୍ଷିଣପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୮ରୁ ୧୨ କିଲୋମିଟର ବେଗରେ ଗତି କରୁଛି। ଘଣ୍ଟା ପ୍ରତି ୬୫ କିମି ବେଗରେ ପବନ ବହୁଛି। ଗୁଜରାଟ-ମହାରାଷ୍ଟ୍ର ଉପକୂଳରେ ଝଡ଼ ସାଙ୍ଗକୁ ସମୁଦ୍ର ଅଶାନ୍ତ ରହିଛି । ମତ୍ସ୍ୟଜୀବୀମାନେ ଅକ୍ଟୋବର ୬ ଯାଏଁ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ବାତ୍ୟା ‘ଶକ୍ତି’ ର ନାମକରଣ କରିଛି ଶ୍ରୀଲଙ୍କା । ‘ଶକ୍ତି’ର ଅର୍ଥ ହେଉଛି ବଳ । ଚଳିତ ବାତ୍ୟା ଋତୁରେ ଏହା ହେଉଛି ପ୍ରଥମ ବାତ୍ୟା ।

ଉତ୍ତରପୂର୍ବ ଆରବସାଗରରେ କେନ୍ଦ୍ରୀଭୂତ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି । ଦ୍ୱାରକାଠାରୁ ୨୪୦ ଏବଂ ପୋରବନ୍ଦରଠାରୁ ୨୭୦ କିଲୋମିଟର ଦୂରରେ ରହିଛି ଗଭୀର ଅବପାତ । ପାକିସ୍ତାନ କରାଚିରୁ ୪୦୦ କି.ମି. ଦକ୍ଷିଣରେ ଅବସ୍ଥିତ ରହିଛି । ଗତ ୬ ଘଣ୍ଟା ହେଲା ପଶ୍ଚିମ -ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାକୁ ୧୩ କିଲୋମିଟର ବେଗରେ ଆଗକୁ ବଢ଼ୁଛି। ଆଗାମୀ ୧୨ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଏକ ବାତ୍ୟାରେ ପରିଣତ ହେବ । ଏହାର ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଭୀଷଣ ବାତ୍ୟାରେ ପରିଣତ ହେବା ଅନୁମାନ କରିଛି ଆଇଏମଡି। ଅକ୍ଟୋବର ୩ରୁ ୬ ତାରିଖ ପର୍ଯ୍ୟନ୍ତ ଅଶାନ୍ତ ରହିବ ଆରବ ସାଗର । ଗୁଜରାଟ, ଉତ୍ତର ମହାରାଷ୍ଟ୍ର ଓ ପାକିସ୍ତାନ ଉପକୂଳଅକ୍ଟୋବର ୫ ପର୍ଯ୍ୟନ୍ତ ଅତ୍ୟନ୍ତ ଅଶାନ୍ତ ରହିବ ।

ସେପଟେ ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁଁ ଗଜପତି ଜିଲ୍ଲାରେ ଉତ୍ତରାଖଣ୍ଡ ଭଳି ଜଳ ପ୍ରଳୟର ଦୃଶ୍ୟ ଦେଖିବାକୁ ମିଳିଛି । ରାସ୍ତା ଉପରେ ପାଣି ପ୍ରବାହିତ ହେଉଛି । ଘର ଭିତରେ ବି ପାଣି ପଶି ଯାଇଛି, କାର ବୁଡି ରହିଛି । କେତେକ ସ୍ଥାନରେ ରାସ୍ତା ଓ କଲଭେର୍ଟ ଉଭୟ ଭାସିଯାଇଛି। ଅନେକ ସ୍ଥାନରେ ରାସ୍ତା ଉପରେ ବିରାଟ କାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ମୋହନା ବ୍ଲକର ପାପାଏଜୁ ଗାଁ ନିକଟ ଘାଟିର ଦୁର୍ଗମ ପାହାଡ଼ରେ ଭୂସ୍ଖଳନ ହୋଇ ମାଟି ଅତଡ଼ା ଖସିଛି । ଫଳରେ ୨୦ରୁ ଅଧିକ ଗାଁକୁ ଯାତାୟାତ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme