Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବଳ ଗୋଟାଉଛି ଲଘୁଚାପ

Posted on September 23, 2025

ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୋମବାର ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ମୁହାଇଁବ । ଏହା ପ୍ରଭାବରେ ମଙ୍ଗଳବାର ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
୨୩ ତାରିଖ(ମଙ୍ଗଳବାର) ସୁନ୍ଦରଗଡ଼ ଓ ସମ୍ବଲପୁରର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ,ଝାରସୁଗୁଡ଼ା, ଅନୁଗୁଳ, ବୌଦ୍ଧ, ସୋନପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୪ ତାରିଖ (ବୁଧବାର) ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ଆଶଙ୍କା ଅଛି ।
୨୫ରେ କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ କନ୍ଧମାଳରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି। ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୨୫ ତାରିଖରେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ ।
ସୋମବାର କୋରାପୁଟରେ ସର୍ବାଧିକ ୮୦.୮ ମିମି ବର୍ଷା ହୋଇଛି । ସମ୍ବଲପୁରରେ ୩୯.୨, ଟିଟିଲାଗଡ଼ରେ ୩୯, ଭଦ୍ରକରେ ୩୭, ବଲାଙ୍ଗୀରରେ ୨୪, ବୌଦ୍ଧରେ ୨୦, ଅନୁଗୁଳରେ ୧୫, ମାଲକାନଗିରିରେ ୧୪.୬, ନୂଆପଡ଼ାରେ ୧୨ ଓ ବରଗଡ଼ରେ ୧୦ ମିମି ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme