
ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା କନ୍ତୋର ଗାଁ ବସ ଷ୍ଟାଣ୍ଡ ପାଖ ନାଳରେ ବୁଡି ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି। ମୃତକ ଜଣଙ୍କ କନ୍ତୋର ଗାଁର ବସନ୍ତ ବିଶ୍ୱାଳ। ବସନ୍ତ ଘର ପାଖ ନାଳକୁ ଶୌଚ ହେବାକୁ ଯାଇଥିବା ବେଳେ ଅସାବଧାନତା କାରଣରୁ ନାଳରେ ବୁଡି ଯାଇଥିଲେ। ସ୍ଥାନୀୟ ଲୋକମାନେ ପୋଲସକୁ ଖବର ଦେବା ପରେ ମୃତ ଦେହ ଉଦ୍ଧାର କରାଯାଇ ଶବ ବ୍ୟବଚ୍ଛେଦ ପାଇଁ ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ତେବେ ବସନ୍ତଙ୍କ ମୃତ୍ୟୁକୁ ନେଇ ଗାଁରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।

