Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବାଙ୍କୀ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା

Posted on October 9, 2025

ବାଙ୍କୀ: ବାଙ୍କୀ ମହୋତ୍ସବର ରୌପ୍ୟ ଜୟନ୍ତୀ ବୁଧବାର ଦ୍ୱିତୀୟ ସନ୍ଧ୍ୟା ଉତ୍ସବରେ ମୁଖ୍ୟ ଅତିଥି ଭାବେ ପଦ୍ମଶ୍ରୀ ଶ୍ୟାମାମଣି ଦେବୀ ଯୋଗଦାନ କରି ଓଡ଼ିଶୀ ନୃତ୍ୟର ପ୍ରଚାର ଓ ପ୍ରସାର ଏହି ବାଙ୍କୀ ମାଟିରୁ ଆରମ୍ଭ ହୋଇଥିଲା ଏବଂ ବାଙ୍କୀ ଅଞ୍ଚଳର ଗୌରବମୟ ଐତିହକୁ ଲୋକମାନସରେ ଉଦ୍‌ଜିପିତ କରାଇବାରେ ବାଙ୍କୀର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛିି ବୋଲି କହିଥିଲେ । ମୁଖ୍ୟବକ୍ତା ଭାବେ ଧର୍ମପଦ ପୁରସ୍କାରପ୍ରାପ୍ତ ଚିତ୍ରଶିଳ୍ପୀ ମହେନ୍ଦ୍ର ପ୍ରସାଦ ମହାପାତ୍ର ଯୋଗଦାନ କରି ଓଡ଼ିଆ ସଂସ୍କୃତି ମହାନ୍ ଓ ଓଡ଼ିଆ ସଂସ୍କୃତିର ମୂଳକେନ୍ଦ୍ର ହେଲା ପ୍ରଭୁ ଶ୍ରୀ ଜଗନ୍ନାଥ ବୋଲି ଉଲ୍ଲେଖ କରିଥିଲେ । ସମ୍ମାନିତ ଅତିଥି ବାଙ୍କୀର ପୂର୍ବତନ ବିଧାୟକ ଡକ୍ଟର ଦେବାଶିଷ ପଟ୍ଟନାୟକ ଯୋଗଦାନ କରି ବାଙ୍କୀ ହେଉଛି ମା’ଚର୍ଚ୍ଚିକାର ମାଟି ବୋଲି କହିଥିଲେ । ଏହି ମାଟିରେ ବହୁ ସାହିତ୍ୟିକ , କବି, କଳାକାର, ରାଜନୈତିକ , ସମାଜସେବୀ ଜନ୍ମ ନେଇ ବାଙ୍କୀ ମାଟିକୁ ସାରା ରାଜ୍ୟ ତଥା ଦେଶରେ ବାଙ୍କୀର ସୁନାମକୁ ସ୍ୱର୍ଣ୍ଣାକ୍ଷରରେ ଲେଖିଛନ୍ତି ବୋଲି ଡକ୍ଟର ପଟ୍ଟନାୟକ ଉଲ୍ଲେଖ କରିଥିଲେ । ସମ୍ମାନିତ ଅତିଥି ଭାବେ ମହୋତ୍ସବ କମିଟିର କୋଷାଧ୍ୟକ୍ଷ ସମରେନ୍ଦ୍ର ମହାପାତ୍ର, ଉପସଭାପତି ଅନନ୍ତ ଚରଣ ଦାସ, ବାଙ୍କୀ ବ୍ଲକ ଅଧ୍ୟକ୍ଷା ପୁଷ୍ପଲତା ସାମନ୍ତ, ଉପସଭାପତି ଭାଗିରଥି ପାଣି ପ୍ରମୁଖ ଯୋଗଦାନ କରିଥିଲେ । ମହୋତ୍ସବ କମିଟିର ସଭାପତି ବିଧାୟକ ଦେବୀରଞ୍ଜନ ତ୍ରିପାଠୀ ସଭାପତିତ୍ୱ କରିଥିବା ବେଳେ ଅନ୍ୟତମ ଉପସଭାପତି ସନ୍ତୋଷ କୁମାର ରଣା ଅତିଥି ପରିଚୟ ପ୍ରଦାନ କରିଥିଲେ । କମିଟିର ସଂପାଦକ ଗଣେଶ୍ୱର ସ୍ୱାଇଁ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଭାଗିରଥି ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିଲେ । ବାଙ୍କୀ କଳା, ସାହିତ୍ୟ ଓ ସଂସ୍କୃତି ପରିଷଦର କଳାକାରମାନେ ସ୍ୱଗାତ ସଂଗୀତ ପରିବେଷଣ କରିଥିଲେ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme