Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବାଲେଶ୍ୱରରେ ଅଭାବନୀୟ କାଣ୍ଡ: ବିଳମ୍ବିତ ରାତିରେ ଘର ଜାଳିଦେଲେ ଦୁର୍ବୃତ୍ତ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

Posted on January 10, 2026

ବାଲେଶ୍ୱର: ବାଲେଶ୍ୱର ସହରର ସୁଏଲପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗତକାଲି ବିଳମ୍ବିତ ରାତିରେ ଜଣେ ମହିଳାଙ୍କ ଘରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ଏହି ଅଗ୍ନିକାଣ୍ଡରେ ଘରର ସମସ୍ତ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଥିବା ବେଳେ ପରିବାର ଏବେ ସର୍ବସ୍ୱାନ୍ତ ହୋଇପଡ଼ିଛନ୍ତି।
ସୂଚନା ଅନୁଯାୟୀ, ସୁଏଲପୁର ଅଞ୍ଚଳର ପ୍ରମିଳା ବାରିକଙ୍କ ଘରେ ଗତକାଲି ରାତିରେ କେହି ନଥିଲେ। ଏହାର ସୁଯୋଗ ନେଇ ପ୍ରାୟ ରାତି ୩ଟା ସମୟରେ କେହି ଦୁର୍ବୃତ୍ତ ପେଟ୍ରୋଲ ଢାଳି ଘର ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି। ମୁହୂର୍ତ୍ତକ ମଧ୍ୟରେ ନିଆଁ ଭୟଙ୍କର ରୂପ ଧାରଣ କରିଥିଲା, ଯାହା ଫଳରେ ଘରେ ଥିବା ଲକ୍ଷାଧିକ ଟଙ୍କାର ଆସବାବପତ୍ର ଓ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜଳିଯାଇଛି।
ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ବାଲେଶ୍ୱର ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ବହୁ ସମୟର ପରିଶ୍ରମ ପରେ ନିଆଁକୁ ଆୟତ କରାଯାଇଥିଲେ ମଧ୍ୟ ସେତେବେଳକୁ ଘରଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ସହ ଭୟର ବାତାବରଣ ଖେଳିଯାଇଛି। ପୋଲିସ ଏହି ମାମଲାରେ ଛାନଭିନ୍ ଆରମ୍ଭ କରିଥିବା ବେଳେ, ଏଭଳି ଜଘନ୍ୟ କାଣ୍ଡ ପଛରେ କାହାର ହାତ ଅଛି ତାହା ଏବେ ବି ଅସ୍ପଷ୍ଟ ରହିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme