Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବିଜାପୁରରେ ଏନକାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନିହତ

Posted on January 20, 2026

ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ଏନକାଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ହାର୍ଡକୋର ମାଓବାଦୀ ନିହତ। ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି।

ସୂଚନା ଅନୁଯାୟୀ, ଇନ୍ଦ୍ରାବତୀ ନ୍ୟାସନାଲ ପାର୍କ ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବାର ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ସୁରକ୍ଷାକର୍ମୀ ଏବଂ ସ୍ଥାନୀୟ ପଲିସ ମିଳିତ ଭାବେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଦୀର୍ଘ ସମୟ ଧରି ଉଭୟଙ୍କ ମଧ୍ୟ ଗୁଳିବିନିମୟ ପରେ ଏନକାଉଣ୍ଟରରେ ୬ ଜଣ ମାଓବାଦୀ ନିହତ ହୋଇଛନ୍ତି । ତେବେ ନିହତ ମାଓବାଦୀଙ୍କ ମଧ୍ୟରେ ୪ ଜଣ ମହିଳା ଓ ୨ ଜଣ ପୁରୁଷ ଥିବା ଜଣାପଡିଛି । ନିହତ ମାଓବାଦୀଙ୍କ ମୁଣ୍ଡ ଉପରେ ଛତିଶଗଡ଼ ସରକାର ୨୭ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ । ସେହିପରି ଘଟଣାସ୍ଥଳରେ AK47 ଓ INSAS ଭଳି ଅନେକ ଅତ୍ୟାଧୁନିକ ବନ୍ଧୁକ ଜବତ କରିଛନ୍ତି ସୁରକ୍ଷା କର୍ମୀ। ରକେଟ ଲଞ୍ଚର, ଗ୍ରେନେଡ଼ ଓ ନଗଦ ଟଙ୍କା ମଧ୍ୟ ସୁରକ୍ଷା କର୍ମୀ ଜବତ କରିଥିବା ସୂଚନା ଦେଇଛନ୍ତି ବିଜାପୁର ଏସପି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme