Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବିଜ୍ଞାପନ ଜଗତକୁ ବଡ଼ ଝଟକା, ପରଲୋକରେ ବିଜ୍ଞାପନ ଗୁରୁ

Posted on October 24, 2025

ଭାରତୀୟ ବିଜ୍ଞାପନ ଜଗତ ଏକ ବଡ଼ ଝଟକା ଲାଗିଛି। ବିଜ୍ଞାପନ ଗୁରୁ ଭାବରେ ଜଣାଶୁଣା ପୀୟୁଷ ପାଣ୍ଡେଙ୍କର ୭୦ ବର୍ଷ ବୟସରେ ମୁମ୍ବାଇରେ ପରଲୋକ ହୋଇଛି। ସେ ‘ଅବକି ବାର ମୋଦି ସରକାର’ ଏବଂ ‘ଥଣ୍ଡା ମତଲବ କୋକା-କୋଲା’ ସମେତ ଅନେକ ପ୍ରସିଦ୍ଧ ବିଜ୍ଞାପନ ଲେଖିଥିଲେ। ତାଙ୍କର ଜନ୍ମ ରାଜସ୍ଥାନର ଜୟପୁରରେ ହୋଇଥିଲା। ତାଙ୍କ ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ପ୍ରକାଶ ପାଇନାହିଁ।

ପୀୟୁଷ ୨୭ ବର୍ଷ ବୟସରେ ବିଜ୍ଞାପନ ଜଗତରେ ପ୍ରବେଶ କରିଥିଲେ। ସେ ତାଙ୍କ ଭାଇ ପ୍ରସୂନ ପାଣ୍ଡେଙ୍କ ସହିତ ତାଙ୍କର କ୍ୟାରିଅର ଆରମ୍ଭ କରିଥିଲେ। ଉଭୟ ରେଡିଓ ଜିଙ୍ଗଲ୍ସ ପାଇଁ କଣ୍ଠସ୍ବର ପ୍ରଦାନ କରିଥିଲେ। ସେ ୧୯୮୨ ମସିହାରେ ବିଜ୍ଞାପନ କମ୍ପାନୀ ଓଗିଲଭି ସହିତ କାମ କରିବା ଆରମ୍ଭ କରିଥିଲେ। ପରବର୍ତ୍ତୀ ସମୟରେ ତାଙ୍କୁ ୧୯୯୪ ମସିହାରେ ଓଗିଲଭିର ବୋର୍ଡକୁ ମନୋନୀତ କରାଯାଇଥିଲା। ୨୦୧୬ ମସିହାରେ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରିଥିଲେ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme