Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ

Posted on October 25, 2025

କୋରାପୁଟ ଜିଲ୍ଲା ସେମିଳିଗୁଡ଼ା ଥାନା ସଦର ବ୍ଲକର ଆଲିଗାଁ ନିକଟ କଫି ଫାର୍ମ ପାଖରେ ଅଘଟଣ ।  ବାର୍‌ହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଯୁବତୀ ଆହତ ହୋଇଛନ୍ତି । ମୃତକ ଘାଟଗୁଡ଼ା ଗାଁର ସଞ୍ଜୟ ବଡ ନାୟକ ବୋଲି ଜଣାପଡ଼ିଛି ।

ସୂଚନା ମୁତାବକ, ସେମିଳିଗୁଡା ବ୍ଲକର ଦୁଧାରି ଗ୍ରାମ ପଞ୍ଚାୟତର ଘାଟଗୁଡ଼ା ଗାଁର ଜଣେ ଯୁବକଙ୍କ ସହ ଆଲିଗାଁର ଜଣେ ଯୁବତୀଙ୍କ  ସହ ପ୍ରେମ ସମ୍ପର୍କ ଥିଲା । ଶୁକ୍ରବାର ରାତିରେ ଦୁହେଁ ଦେଖା କରିବାକୁ ଆସିଥିବା ବେଳେ କିଛି ବନ୍ୟଜନ୍ତୁ ଶିକାରୀ ବାର୍‌ହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇ ଥିଲେ । ଫଳରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଘାଟଗୁଡ଼ା ଗାଁର ସଞ୍ଜୟ ବଡ ନାୟକଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା । ଏଥିରେ ଯୁବତୀ ଜଣଙ୍କ ଆହତ ହୋଇଥିଲେ। ଏସମ୍ପର୍କରେ ଖବର ପାଇ ସେମିଳିଗୁଡ଼ା ଥାନା ଅଧିକାରୀ ଅନିତା କୁଜୁର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇବା ସହ ଯୁବକଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ କୋରାପୁଟ ପଠାଇଛନ୍ତି । ଏହା ସହ ଆଲିଗାଁର ଦୁଇ ଜଣକୁ ଅଟକ ରଖି ପଚରାଉଚରା କରୁଛି ପୁଲିସ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme