
ବୁଧବାର କୋଣାର୍କ ସୂର୍ଯ୍ୟମନ୍ଦିରର ପ୍ରବେଶ ଶୁଳ୍କ ଛାଡ଼। ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ସୂର୍ଯ୍ୟମନ୍ଦିରର ପ୍ରବେଶ ଶୁଳ୍କ ଛାଡ଼ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଏଏସଆଇ । ତେବେ ବିଶ୍ୱ ଐତିହ୍ୟ ସପ୍ତାହ ସମାରୋହ ପାଳନ ସହିତ ପର୍ଯ୍ୟଟକଙ୍କୁ ଗୋଟିଏ ଦିନ ପାଇଁ ଶୁଳ୍କ ଛାଡ଼ ହୋଇଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଜମିବା ଆଶଙ୍କା ରହିଛି ।

