Skip to content
ସମ୍ବଲପୁର : ସମ୍ବଲପୁର ଜିଲ୍ଲା ବାମରା ବ୍ଲକ ଅନ୍ତର୍ଗତ ସାଙ୍କୋବାହାଲ୍ ଠାରେ ବିଷାକ୍ତ ସାପ କାମୁଡ଼ାରେ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ବାମରା ବ୍ଲକ ଉଚ୍ଚକାପାଟ ପଞ୍ଚାୟତ ଅନ୍ତର୍ଗତ ସାଙ୍କୋବାହାଲ୍ ଗ୍ରାମର ଭୀମସେନ୍ ଟୋପ୍ପୋଙ୍କ ପୁଅ ପ୍ରଦୀପ ଟୋପ୍ପୋ (୧୫) ବଳଦ ଚାରାଇବାକୁ ଯାଇଥିବା ବେଳେ ତାଙ୍କୁ କୌଣସି ଏକ ବିଷାକ୍ତ ସାପ କାମୁଡି ଦେଇଥିଲା। ସେ ଘରକୁ ଫେରିଥିବା ବେଳେ ଅସୁସ୍ଥ ଅନୁଭବ କରିବାରୁ ସୋଇ ପଡ଼ିଥିଲେ। ବିଳମ୍ବିତ ରାତିରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଗୋବିନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଚିକିତ୍ସାଧିନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ସୂଚନା ପାଇ ଗୋବିନ୍ଦପୁର ପୋଲିସ ଡାକ୍ତରଖାନାକୁ ଯାଇ ଶବ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲେ। ଶବ ବ୍ୟବଚ୍ଛେଦ ପରେ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।