Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବ୍ରିଜ୍ ତଳକୁ ଖସିଲା ବସ୍, ୧୪ ଗୁରୁତର

Posted on November 25, 2025

ଭାରସାମ୍ୟ ହରାଇ ବ୍ରିଜ୍ ତଳକୁ ଖସିଲା ବସ୍। ୧୪ ଯାତ୍ରୀ ଗୁରୁତର ୨୦ ଯାତ୍ରୀ ସାମାନ୍ୟ ଆହତ। ବିନିକା ଏସ୍. ରାମପୁର ମୁଖ୍ୟ ରାସ୍ତାର ସିଂଘିଯୁବା ବ୍ରିଜ୍ ତଳକୁ ଖସି ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ସମସ୍ତ ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ସୂଚନାନୁଯାୟୀ, ଭୁବନେଶ୍ୱରରୁ ଦିପ୍ତୀପୁର ଯାଉଥିବା ଏକ ଯାତ୍ରୀବାହୀ ବସ୍ ମଙ୍ଗଳବାର ପାହାନ୍ତିଆ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ବିନିକା ଏସ୍. ରାମପୁର ମୁଖ୍ୟ ରାସ୍ତାର ସିଂଘିଯୁବା ବ୍ରିଜ୍ ଉପରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଛି। ଫଳରେ ୧୪ ଯାତ୍ରୀ ଗୁରୁତର ହୋଇଥିବା ବେଳେ ୨୦ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ତୁରନ୍ତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଏବଂ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ଏବଂ ଆମ୍ବୁଲାନ୍ସ ପହଞ୍ଚି ଗୁରୁତର ଆହତଙ୍କୁ ବିନିକା ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ୫ ଜଣଙ୍କ ଅବସ୍ଥା ଅଧିକ ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ବିନିକା ଡାକ୍ତରଖାନାରେ ସୁବର୍ଣ୍ଣପୁର ଜିଲ୍ଲାପାଳ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପହଞ୍ଚି ଗୁରୁତରମାନଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ଏହା ସହ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme