Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବ୍ରିଜ୍ ତଳକୁ ଖସିଲା ବସ୍, ୧୪ ଗୁରୁତର

Posted on November 25, 2025

ଭାରସାମ୍ୟ ହରାଇ ବ୍ରିଜ୍ ତଳକୁ ଖସିଲା ବସ୍। ୧୪ ଯାତ୍ରୀ ଗୁରୁତର ୨୦ ଯାତ୍ରୀ ସାମାନ୍ୟ ଆହତ। ବିନିକା ଏସ୍. ରାମପୁର ମୁଖ୍ୟ ରାସ୍ତାର ସିଂଘିଯୁବା ବ୍ରିଜ୍ ତଳକୁ ଖସି ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ସମସ୍ତ ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ସୂଚନାନୁଯାୟୀ, ଭୁବନେଶ୍ୱରରୁ ଦିପ୍ତୀପୁର ଯାଉଥିବା ଏକ ଯାତ୍ରୀବାହୀ ବସ୍ ମଙ୍ଗଳବାର ପାହାନ୍ତିଆ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ବିନିକା ଏସ୍. ରାମପୁର ମୁଖ୍ୟ ରାସ୍ତାର ସିଂଘିଯୁବା ବ୍ରିଜ୍ ଉପରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଛି। ଫଳରେ ୧୪ ଯାତ୍ରୀ ଗୁରୁତର ହୋଇଥିବା ବେଳେ ୨୦ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ତୁରନ୍ତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଏବଂ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ଏବଂ ଆମ୍ବୁଲାନ୍ସ ପହଞ୍ଚି ଗୁରୁତର ଆହତଙ୍କୁ ବିନିକା ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ୫ ଜଣଙ୍କ ଅବସ୍ଥା ଅଧିକ ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ବିନିକା ଡାକ୍ତରଖାନାରେ ସୁବର୍ଣ୍ଣପୁର ଜିଲ୍ଲାପାଳ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପହଞ୍ଚି ଗୁରୁତରମାନଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ଏହା ସହ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme