Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଭାରସାମ୍ୟ ହରାଇ ଟ୍ରକ୍‌କୁ ପିଟିଲା ବୋଲେରୋ: ଜଣେ ମୃତ

Posted on October 18, 2025

ଚିକିତ୍ସା ଲାଗି ମେଡିକାଲ ଯାଇଥିଲେ । ସେଠାରୁ ଚିକିତ୍ସା ହୋଇ ଘରକୁ ଫେରୁଥିଲେ । ମେଡିକାଲରୁ ଘରକୁ ଫେରିବା ବାଟରେ ଘଟିଲା ଦୁର୍ଘଟଣା । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ହୋଇଛନ୍ତି  । ବଲାଙ୍ଗୀର ପୁଇଁନ୍ତଳା ଥାନା ଜାମସର ଠାରେ ଏଭଳି ଘଟଣା ଘଟିଛି । 

ଖବର ଅନୁଯାୟୀ, କଳାହାଣ୍ଡି ଜିଲ୍ଲାର ମଜର ସେଠ ଓ ତାଙ୍କ ବଡ଼ ଭାଇ ଓ ସ୍ତ୍ରୀ ବୁର୍ଲା ମେଡିକାଲକୁ ଚିକିତ୍ସା ନିମନ୍ତେ ଯାଇଥିଲେ । ଚିକିତ୍ସା ହେବା ପରେ ମା ସମଲେଶ୍ୱରୀଙ୍କ ଦର୍ଶନ କରିବାକୁ ମନ୍ଦିର ଯାଇଥିଲେ । ପରେ ଏକ ବୋଲେରୋରେ ସମ୍ବଲପୁରରୁ କଳାହାଣ୍ଡି ଫେରୁଥିଲେ । ଏହି ସମୟରେ ବଲାଙ୍ଗୀର ଜିଲ୍ଲା ୨୬ ନମ୍ବର ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା । ଗାଡ଼ିରେ ମଜର ସେଠ, ତାଙ୍କ ସ୍ତ୍ରୀ ଓ ବଡ଼ ଭାଇ ସହ କଳାହାଣ୍ଡି ଅଞ୍ଚଳର ଆଉ ୪ ଜଣ ଥିଲେ । ହେଲେ ବୋଲେରୋଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଟ୍ରକକୁ ଧକ୍କା ଦେଇଥିଲା । ଯାହାଫଳରେ ଗାଡ଼ି ଥିବା ଯାତ୍ରୀମାନେ ଆହତ ହୋଇଥିଲେ । ଆହତଙ୍କ ମଧ୍ୟ କବିରାମ ଜଗତ ନାମକ ଜଣେ ବ୍ୟକ୍ତିଙ୍କ ଅବସ୍ଥା ଗୁରୁତର ହୋଇଥିଲା । ମେଡିକାଲ ଯିବା ରାସ୍ତାରେ ତାଙ୍କ ମୃତ୍ୟୁ ହୋଇଯାଇଛି । ବାକି ଅନ୍ୟମାନଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି। ଡ୍ରାଇଭର ଜଣକ ନିଶାଶକ୍ତ ଅବସ୍ଥାରେ ଗାଡ଼ି ଚଳାଉଥିବା ଲାଗି ଏପରି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ସେପଟେ ଦୁର୍ଘଟଣା ସଂପର୍କରେ ସ୍ଥାନୀୟ ଲୋକେ ତୁରନ୍ତ ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଉଭୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme