Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଭିନ୍ନକ୍ଷମ ଶିଶୁଙ୍କର ହେବ ସର୍ଭେ, ଘର ଘର ବୁଲି ତଥ୍ୟ ସଂଗ୍ରହ କରିବେ ଅଙ୍ଗନବାଡ଼ି କର୍ମୀ

Posted on November 13, 2025

ରାଜ୍ୟରେ ଜନ୍ମରୁ ୬ ବର୍ଷ ମଧ୍ୟରେ ରହିଥିବା ଭିନ୍ନକ୍ଷମ ଶିଶୁଙ୍କର ସର୍ଭେ କରାଯିବ । ଚିହ୍ନଟ ଶିଶୁଙ୍କୁ ଜାତୀୟ ଶିକ୍ଷା ନୀତି ୨୦୨୦, ଆର୍ପିଡବ୍ଲୁଡି ଆକ୍ଟ ୨୦୧୬ ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ସାମିଲ କରାଯିବ । ସେମାନଙ୍କୁ ସାମାଜିକ ସୁରକ୍ଷା ପ୍ରଦାନରେ ରାଜ୍ୟ ସରକାର ସହଯୋଗ କରିବେ । ଏଥିପାଇଁ ରାଜ୍ୟର ସମସ୍ତ ଜିଲ୍ଲାରେ ସର୍ଭେ କରାଯିବ । ଏ ନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଜିଲ୍ଲା ସମାଜିକ କଲ୍ୟାଣ ଅଧିକାରୀ, ଶିଶୁ ଉନ୍ନୟନ ପ୍ରକଳ୍ପ ଅଧିକାରୀଙ୍କୁ ଚିଠି କରାଯାଇଛି । ଏଥିସହ ସମସ୍ତ ଆଇସିଡିସି ସୁପରଭାଇଜର ଓ ଅଙ୍ଗନବାଡ଼ି କର୍ମୀଙ୍କୁ ମଧ୍ୟ ଚିଠି ହୋଇଛି ।

କୁହାଯାଇଛି, ଭିନ୍ନକ୍ଷମ ଅଧିକାର ଆକ୍ଟ (ଆର୍ପିଡବ୍ଲୁଡି),୨୦୧୬ରେ ଥିବା ସମସ୍ତ ୨୧ କାଟାଗୋରୀରେ ସମସ୍ତ ଭିନ୍ନକ୍ଷମ ଶିଶୁଙ୍କୁ ସାମିଲ କରାଯିବ । ଅଙ୍ଗନବାଡ଼ି କର୍ମୀମାନେ ନିଜ ଅଞ୍ଚଳରେ ଘର ଘର ବୁଲି ସର୍ଭେ କରିବେ । ଏଥିପାଇଁ ସେମାନଙ୍କୁ ୫୦୦ ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ । ଏହାର ସଂପୂର୍ଣ୍ଣ ଡାଟା ଆଇସିଡିସି ସୁପରଭାଇଜରଙ୍କ ଦ୍ୱାରା ସିଡିପିଓଙ୍କୁ ପ୍ରଦାନ କରାଯିବ । ଏହି ସର୍ଭେ ଠିକ୍ ଭାବେ ହେଉଛି କି ନାହିଁ ତାକୁ ଅଧିକାରୀମାନେ ଯାଞ୍ଚ କରିବେ । ଏହି ସର୍ଭେ ପ୍ରକ୍ରିୟା ଆସନ୍ତା ୧ ମାସ ମଧ୍ୟରେ ଶେଷ ହେବ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme